ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୬ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏକ ଅନ୍ତର୍ବିଭାଗୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ସହରର ଉନ୍ନତୀକରଣରେ ନିୟୋଜିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା। ସହରର କୌଣସି ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବା ଆଳରେ ଅନ୍ୟ ପ୍ରକଳ୍ପ ଯେପରି ବାଧାପ୍ରାପ୍ତ ନ ହୁଏ, ସେଥିପ୍ରତି କୁଲାଙ୍ଗେ ଗୁରୁତ୍ୱାରୋପ କରିଛନ୍ତି। ବିଏମ୍‌ସି ପକ୍ଷରୁ ହାତକୁ ନିଆଯାଇଥିବା ପ୍ରକଳ୍ପ କାର୍ଯ୍ୟ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତଙ୍କ ସହଯୋଗରେ ସମାପ୍ତ ହେବ, ସେନେଇ ଆଲୋଚନା ହୋଇଥିଲା। ଏହି କ୍ରମରେ ସମ୍ଭାବ୍ୟ କୃତ୍ରିମ ବନ୍ୟା ଉପରେ କିପରି ରୋକ ଲଗାଯାଇପାରିବ ସେ ନେଇ ମଧ୍ୟ ବିସ୍ତୃତ ଆଲୋଚନା କରାଯାଇଥିଲା। ଏସ୍‌ପ୍ଲାନାଡେ, ରଥରୋଡ୍‌, ଶ୍ୟାମପୁରସ୍ଥିତ ଆୟୁର୍ବେଦିକ ହସ୍ପିଟାଲ ସମ୍ମୁଖ, ଶିଶୁ ଭବନଠାରୁ ରାମମନ୍ଦିର ରାସ୍ତାରୁ ଡ୍ରେନ୍‌ ସମସ୍ୟାକୁ କିପରି ଲାଘବ କରାଯିବ, ସେନେଇ ବିଭାଗ ଧ୍ୟାନ ଦେବାକୁ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପାହାଳଠାରୁ ପାତ୍ରପଡ଼ା ପର୍ଯ୍ୟନ୍ତ ଥିବା ଡ୍ରେନ୍‌ ସଫେଇ, କସ୍‌ମୋପୋଲିସ୍ଥିତ ଡ୍ରେନ୍‌-୯ର ପ୍ରକ୍ରିୟାକରଣ ନେଇ ଏନ୍‌ଏଚ୍‌ଆଇ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା। ତେବେ ଜଳ ସମ୍ପଦ ବିଭାଗର ପ୍ରାଚୀ ଡିଭିଜନ୍‌ ପକ୍ଷରୁ ଦୟା ୱେଷ୍ଟ କେନାଲ, ପୁରୀ ମୁଖ୍ୟ କେନାଲର ପରିଷ୍କରଣ ସମ୍ପର୍କରେ ବିବରଣୀ ଦିଆଯାଇଥିଲା। ୪ ନଂ. ୱାର୍ଡ଼ ଅନ୍ତର୍ଗତ ଗଙ୍ଗୁଆ ଏବଂ ପ୍ରାଚୀଧାରା ସହ ସମ୍ପୃକ୍ତ ଉଚ୍ଛେଦ ପ୍ରକ୍ରିୟାର ମଧ୍ୟ ବିବରଣୀ ରଖାଯାଇଥିଲା। ସେହିପରି ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଏବଂ ଚନ୍ଦକା ଶିଳ୍ପାଞ୍ଚଳ ପ୍ରତି ବିଶେଷ ଗୁରୁତ୍ୱ ଦେବାକୁ ଇଡ୍‌କୋ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଗୌରୀନଗରସ୍ଥିତ ଡ୍ରେନ୍‌ ୭ନଂ.ରୁ ହ୍ୟୁମ୍‌ ପାଇପ୍‌ କଲ୍‌ଭର୍ଟ ବାହାର କରାଯିବା ନେଇ କାର୍ଯ୍ୟର ବିବରଣୀ ରଖିବା ପାଇଁ ୱାଟ୍‌କୋ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ପମ୍ପିଂ ଷ୍ଟେଶନ୍‌, ଯମୁନା ଜଳାଶୟସ୍ଥ ଡ୍ରେନ୍‌ ୧ନଂ.ରୁ ସ୍ବେରେଜ୍‌ ଚାମ୍ବର ପ୍ରତ୍ୟାହୃତ କରିବା ନେଇ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ଦମକଳ, ଟ୍ରାଫିକ୍‌, ଜଙ୍ଗଲ ଓ ବିଦ୍ୟୁତ୍‌ ବିଭଗର ସହଯୋଗ କାମନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri