ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ଜଟଣୀ,୨୮ା୬ (ଡି.ଏନ୍‌.ଏ.):ଜଟଣୀ ଥାନା ଅଧୀନ ବଡ଼ତୋଟା ବିଏସ୍‌ଏଫ୍‌ କ୍ୟାମ୍ପ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଥିବା ବାବା ସାହେବ ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତିର ହାତକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏନେଇ ସୋମବାର ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଭୀମ ଆର୍ମି ଏକତା ମିଶନ, ଦଳିତ ଆଦିବାସୀ ମହାସଂଘ ଓ ସ୍ଥାନୀୟ ଦଳିତ ଆଦିବାସୀ ପରିବାର ୪ ଦଫା ଦାବିରେ ଘଟଣାସ୍ଥଳରେ ୫ ଘଣ୍ଟା ରାସ୍ତାରୋକୋ କରିଥିଲେ। ସୂଚନା ମୁତାବକ, ବାବା ସାହେବ ଆମ୍ବେଡକର ମିଶନ ଅଫ ଓଡ଼ିଶା ପକ୍ଷରୁ ଗତ ଏପ୍ରିଲ ୧୪ରେ ବଡ଼ତୋଟା ଗ୍ରାମସ୍ଥ ବିଏସ୍‌ଏଫ୍‌ କ୍ୟାମ୍ପ ସମ୍ମୁଖ ଜଟଣୀ-ଖୋର୍ଦ୍ଧା ମୁଖ୍ୟରାସ୍ତା ପାର୍ଶ୍ୱରେ ଆମ୍ବେଡକରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ରବିବାର ରାତିରେ କେହି ଦୁର୍ବୃତ୍ତ ଏହି ପ୍ରତିମୂର୍ତ୍ତିର ହାତକୁ ଭାଙ୍ଗିଦେଇଛନ୍ତି। ଏହି ଘଟଣା ପ୍ରଚାରିତ ହେବା ପରେ ଭୀମ ଆର୍ମି ଏକତା ମିଶନ ସହଯୋଗରେ ସ୍ଥାନୀୟ ଦଳିତ ଆଦିବାସୀ ପରିବାରର ସାଧାରଣ ସମ୍ପାଦକ ସର୍ବେଶ୍ୱର ନାୟକ, ଦଳିତ ଆଦିବାସୀ ମହାସଂଘର ମୋହନ ନାୟକ, କୁନ୍ଦନ ନାୟକ ପ୍ରମୁଖ ୪ ଦଫା ଦାବିରେ ସୋମବାର ଭୋର୍‌ ୫ଟାରୁ ରାସ୍ତାରୋକୋ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ଯାନବାହନ ଅଟକି ରହିଥିଲା। ପୁନଃ ନୂତନ ପ୍ରତିମୂର୍ତ୍ତି ସ୍ଥାପନ, ବାରିକେଡ୍‌ ନିର୍ମାଣ, ଦୁଇଦିନ ମଧ୍ୟରେ ଦୁର୍ବୃତ୍ତଙ୍କୁ ଗିରଫ ଏବଂ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥାନକୁ ସଙ୍ଗଠନ ନାମରେ ନାମିତ କରିବା ପାଇଁ ଦାବି କରିଥିଲେ। ଖବର ପାଇ ଜଟଣୀ ଥାନା ଅଧିକାରୀ ଦୟାନିଧି ନାୟକ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ପୂର୍ବାହ୍ନ ୧୦ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଜଟଣୀ ଥାନା ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri