ଭାଜପାରେ ଯୋଗଦେଲେ କଂଗ୍ରେସ, ସିପିଆଇ ନେତା

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀ ଏବଂ ଭାଜପା ପ୍ରତି ଆସ୍ଥା ପ୍ରକଟ କରି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟିର ବହୁ ପୁରୁଷ ଏବଂ ମହିଳା କର୍ମକର୍ତ୍ତା ସୋମବାର ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ନେତୃତ୍ୱରେ ସିପିଆଇ ରାଜ୍ୟ ପରିଷଦ ସଭ୍ୟ ତଥା ଏଆଇଟିୟୁସି ସାଧାରଣ ସମ୍ପାଦକ ଉପେନ୍ଦ୍ର ରାଉଳ, ଚାନ୍ଦବାଲି ନିର୍ବାଚନମଣ୍ଡଳୀର ପୂର୍ବତନ ଯୁବ କଂଗ୍ରେସ ସଭାପତି ମାନସ ବାରିକ, ଭାଟପଡା କଂଗ୍ରେସ ସଭାପତି ସୁକାନ୍ତ ପାଢ଼ୀ, ଅଖିଳ ଭାରତ ଯୁବ ସଂଘ ସମ୍ପାଦକ ଶିବାନୀ ରଞ୍ଜନ ଦାସଙ୍କ ସମେତ ମାନସ ବିଶ୍ୱାଳ ପ୍ରମୁଖ ସମର୍ଥକମାନଙ୍କ ଗହଣରେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ମନମୋହନ ସାମଲ ନୂତନ ଭାବେ ସାମିଲ ସମସ୍ତ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ବାଗତ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ସମୀର ସ୍ବାଗତ ଜଣାଇଛନ୍ତି । କେନ୍ଦ୍ର ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବା ସହ ଭବିଷ୍ୟତରେ ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଦଳର ସଙ୍ଗଠନ ମଜଭୁତ ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri