ହାତୀ କଙ୍କାଳ ଉଦ୍ଧାର ଘଟଣାରେ ନିଲମ୍ବିତ ହେଲେ ରେଞ୍ଜ ଅଫିସର

ଅନୁଗୋଳ ଅଫିସ,୨୮।୬: ସାତକୋଶିଆ ବନଖଣ୍ଡରେ ହାତୀ କଙ୍କାଳ ଉଦ୍ଧାର ଘଟଣାରେ ରେଞ୍ଜ ଅଫିସର ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ପିସିସିଏଫ୍‌ ଶଶି ପୌଲ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୩ଜଣ ୱାଚରଙ୍କୁ ଗିରଫ କରାଯାଇଥିବା ବେଳେ ୨ଫରେଷ୍ଟରଙ୍କୁ ନିଲମ୍ବନ କରାଯାଇଥିଲା।

ସୂଚନା ମୁତାବକ, ସାତକୋଶିଆ ଅଭୟାରଣ୍ୟର କଟକ ଜିଲା ଅଧୀନ ଜିଲିଣ୍ଡା ରେଞ୍ଜ ସତ୍ୟଜୟପୁର ପତ୍ରା ଜଙ୍ଗଲରେ ଏକ ଦନ୍ତା ହାତୀକୁ ପୋତି ଦିଆଯାଇଥିଲା। ବନ ବିଭାଗର ୱାଚର, ଫରେଷ୍ଟର ଓ ରେଞ୍ଜ ଅଫିସରଙ୍କ ଜାଣତରେ ଏହି ଘଟଣା ଘଟିଥିବା ବେଳେ ବର୍ଷେ କାଳ ଘଟଣାକୁ ଚପାଇ ରଖାଯାଇଥିଲା ବୋଲି ଅଭିଯୋଗ ହୋଇଛି। ହେଲେ ଗତ ୨୩ ତାରିଖ ରାତିରେ ଜିଲିଣ୍ଡା ରେଞ୍ଜରୁ ଏକ ହାତୀ କଙ୍କାଳ ଜବତ ହୋଇଥିଲା। ଏନେଇ ସାତକୋଶିଆ ବନଖଣ୍ଡ ଡିଏଫ୍‌ଓ ସରୋଜ ପଣ୍ଡା ଘଟଣାର ତଦନ୍ତ କରିଥିଲେ। ତଦନ୍ତ ପରେ ହାତୀକୁ ପୋତିବା ଘଟଣାରେ ସ୍ଥାନୀୟ ବନ ବିଭାଗର କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଥିଲା। ଡିଏଫ୍‌ଓଙ୍କ ନିର୍ଦ୍ଦେଶକ୍ରମେ ୩ଜଣ ୱାଚରଙ୍କୁ ଗିରଫ କରାଯାଇଛି। ଏଥିସହ ଫରେଷ୍ଟର ଅନୁପମା ସାହୁ ଓ ସହଦେବ ସୋରେନଙ୍କୁ ନିଲମ୍ବନ କରାଯାଇଥିଲା। ଅନ୍ୟପକ୍ଷେ ମଙ୍ଗଳବାର ରେଞ୍ଜ ଅଫିସର ହରିଶ୍ଚନ୍ଦ୍ରଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ

ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି  ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି  ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ । ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ ଓ ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ । ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ ଓ ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି ।  ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ ଓ କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ । ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ । ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି । ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ । ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ । ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ । ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି ।

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri