ସକ୍ରିୟ ମାମଲା ଲକ୍ଷେ ମୁହାଁ…

ନୂଆଦିଲ୍ଲୀ, ୨୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୭୯୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୭ ହଜାର ୭୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୧ ଥିଲା।

ଏହି ସମୟରେ ସକ୍ରିୟ ମାମଲା ପୁଣି ୯୬ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୯୬ ହଜାର ୭୦୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୪ ହଜାର ୪୨୦ ଥିଲା। ସେହିପରି ୨୪ ଘଣ୍ଟାରେ ୯ ହଜାର ୪୮୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୨୦୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୪୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୪ ଲକ୍ଷ ୧୮ ହଜାର ୮୩୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୯୭ ହଜାର ୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୭ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୩୬୯ ଜଣ, କେରଳରେ ୩,୨୦୬ଜଣ, ଦିଲ୍ଲୀରେ ୬୨୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୪୬୧ ଜଣ, ହରିୟାଣାରେ ୪୫୦ ଜଣ, କର୍ନାଟକରେ ୬୧୭ ଜଣ, ପଶ୍ଚିମବଙ୍ଗରେ ୫୫୧, ଉତ୍ତରପ୍ରଦେଶରେ ୪୪୯ ଜଣ, ତେଲେଙ୍ଗାନାରେ ୪୭୭, ଗୁଜରାଟରେ ୩୫୧, ଗୋଆରେ ୧୩୦ ଜଣ, ରାଜସ୍ଥାନ ୧୬୧ ଜଣ, ବିହାରରେ ୧୩୩ ଜଣ, ଛତିଶଗଡ଼ ୧୨୫, ପଞ୍ଜାବ ୧୬୮ ଜଣ, ଆନ୍ଧ୍ରପ୍ରଦେଶରେ ୧୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri