Posted inରାଜ୍ୟ

ଜଳୁଛି ସାରା ଓଡ଼ିଶା: ଭୁବନେଶ୍ୱର ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ)-
ପ୍ରବଳ ଖରା ତାତିରେ ଜଳୁଛି ସାରା ଓଡ଼ିଶା। ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ହନ୍ତସନ୍ତ ହୋଇଗଲାଣି। ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା। ଏପରି କି, ଟିଟିଲାଗଡ଼ ଓ ତାଳଚେରକୁ ପଛରେ ପକାଇ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଛି। ଏଠାରେ ତାପମାତ୍ରା ସର୍ବାଧିକ ୪୩.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ମୁଣ୍ଡଫଟା ଖରା ସାଙ୍ଗକୁ ତତଲା ହାଓ୍ବା ରାଜଧାନୀବାସୀଙ୍କୁ ଅସ୍ତବ୍ୟସ୍ତ କଲାଣି। ପୂର୍ବାହ୍ନ ୧୧ଟା ବେଳକୁ ରାସ୍ତାଘାଟ ସବୁ ଶୂନ୍‌ଶାନ ହୋଇଯାଉଛି। ବୁଧବାର ମଧ୍ୟ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରୀ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ମଙ୍ଗଳବାର ରାଜ୍ୟର ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ତାଳଚେରରେ ୪୩.୩ ଡିଗ୍ରୀ, ଅନୁଗୋଳରେ ୪୨.୭ ଡିଗ୍ରୀ, ଟିଟିଲାଗଡ଼ରେ ୪୨ ଡିଗ୍ରୀ, କଟକରେ ୪୧.୧ ଡିଗ୍ରୀ, ମାଲକାନଗିରିରେ ୪୦.୮ ଡିଗ୍ରୀ, ଚାନ୍ଦବାଲିରେ ୪୦.୫ ଡିଗ୍ରୀ ଓ ଝାରସୁଗୁଡ଼ାରେ ୪୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଉପକୂଳ ଓଡ଼ିଶାବାସୀ ମଧ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି। ଆସନ୍ତା ୨ରୁ ୩ଦିନ ପର୍ଯ୍ୟନ୍ତ ଏହିଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ଦିନବେଳା ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପବନ ସାଙ୍ଗକୁ ସାମାନ୍ୟ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗୁରୁବାର ମଧ୍ୟ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ସହ ପବନର ବେଗ ବଢ଼ିପାରେ। ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ସମ୍ବଲପୁର ଓ ଦେବଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri