Posted inଜାତୀୟ

ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତି ଆବଶ୍ୟକ ନୁହେଁ, ହାଇକୋର୍ଟ…

ପାଟନା, ୨୯।୬ : ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତିର ଆବଶ୍ୟକତା ନାହିଁ। ପାଟନା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି ଅହସାନୁଦ୍ଦିନ ଅମାନୁଲାହ ଏବଂ ପୂର୍ଣ୍ଣେନ୍ଦୁ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ଦାମ୍ପତ୍ୟ ମାମଲାର ଶୁଣାଣି କରି କହିଛନ୍ତି ଯେ ସାବାଳକଙ୍କର ନିଜ ପସନ୍ଦର ଜୀବନ ସାଥୀ ଚୟନ କରିବା ଏକ ସାମ୍ବିଧାନିକ ଅଧିକାର।

ସମ୍ବିଧାନର ଅନୁଚ୍ଛେଦ ୧୯ ଏବଂ ୨୧ ଦ୍ୱାରା ଦେଶର ନାଗରିକଙ୍କୁ ଏହି ଅଧିକାର ପ୍ରଦାନ କରାଯାଇଛି। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ। ବିବାହ କ୍ଷେତ୍ରରେ ବ୍ୟକ୍ତିଗତ ଚୟନ ଅଧିକାରକୁ ସୀମିତ କରାଯାଇ ପାରିବନି। ଏହା ସହିତ ବ୍ୟକ୍ତିଗତ ସମ୍ପର୍କ କ୍ଷେତ୍ରରେ ସାମାଜିକ ସ୍ବୀକୃତି ଆଇନ ଦୃଷ୍ଟିରେ ଠିକ୍‌ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି।

ଏହା ସହିତ ଖଣ୍ଡପୀଠ କୋର୍ଟରେ ଉପସ୍ଥିତ ଥିବା ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମ୍ପର୍କରେ ପଚାରିଥିଲେ। ମହିଳା ଜଣକ ସେମାନେ ନିଜ ଇଛାରେ ବିବାହ କରିଥିବା ସୂଚନା ପ୍ରଦାନ କରିଥିଲେ। ଏହାପରେ ଖଣ୍ଡପୀଠ ମହିଳାଙ୍କ ପିତାଙ୍କ ପକ୍ଷରୁ କରାଯାଇଥିବା ଝିଅଙ୍କ ସୁରକ୍ଷା ସମ୍ପର୍କିତ ଆବେଦନ ବିଷୟରେ କହିଛନ୍ତି ଯେ, ଏକ୍ଷେତ୍ରରେ ବିବାହିତା ନିଜ ସ୍ବାମୀଙ୍କ ଘରକୁ ଯିବା ଆଇନଗତ।

ଖଣ୍ଡପୀଠ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସହିତ ଯିବାକୁ ଅନୁମତି ପ୍ରଦାନ କରିଛନ୍ତି। ଏହା ସହିତ ମହିଳାଙ୍କ ବିବାହକୁ ବେଆଇନ ଘୋଷଣା ଲାଗି ତାଙ୍କ ପିତାଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri