Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୯।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଫ୍ଲୋର ଟେଷ୍ଟ ପୂର୍ବରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ରାଜ୍ୟପାଳ ଘୋଷଣା କରିବା ପରେ ତାହାକୁ ଚ୍ୟାଲେଞ୍ଜ କରି ଏହା ଉପରେ ରୋକ ଲଗାଇବାକୁ ଉଦ୍ଧବ ସେନା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ ସୁପ୍ରିମକୋର୍ଟ ଏହି ପିଟିଶନକୁ ଖାରଜ କରି ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ନିଷ୍ପତ୍ତି ଶୁଣାଇଥିଲେ।
ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ମୁଁ ଆଜି ନିଜ ପଦ ଏବଂ ବିଧାନ ପରିଷଦର ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଉଛି। ଆମର ଭଲ କାର୍ଯ୍ୟଗୁଡ଼ିକ ଉପରେ ନଜର ଲାଗିଯାଇଛି। ଏହି ସମୟରେ ଉଦ୍ଧବ ଠାକରେ ସୋନିଆ ଗାନ୍ଧୀ ଏବଂ ଶରଦ ପାୱାରଙ୍କୁ ପ୍ରଶଂସା କରିଥିଲେ। ସୁପ୍ରିମକୋର୍ଟ ଯାହା ନିଷ୍ପତ୍ତି ଶୁଣାଇଛନ୍ତି, ତାହାକୁ ଆମେ ଗ୍ରହଣ କରୁଛୁ। ରାଜ୍ୟପାଳଙ୍କୁ ମଧ୍ୟ ଧନ୍ୟବାଦ। ଗଣତନ୍ତ୍ରକୁ ଅନୁସରଣ କରିବା ଉଚିତ୍‌।
ବିଦ୍ରୋହୀ ବିଧାୟକଙ୍କୁ ଟାର୍ଗେଟ କରି ଉଦ୍ଧବ କହିଛନ୍ତି, ତୁମର ଅସନ୍ତୋଷ କ’ଣ, ଗୁଆହାଟୀ ଏବଂ ସୁରଟକୁ ଯିବା ପରିବର୍ତ୍ତେ ମୋତେ କୁହ। ମୁଁ ତୁମର ଭାବନାକୁ ସର୍ବଦା ସମ୍ମାନ କରେ । ମୁଁ ଗଣମାଧ୍ୟମରେ କଥାବାର୍ତ୍ତା କରିବି ଏବଂ ତୁମେ ଏହାର ଉତ୍ତର ଦେବ, ଏହାର ଅର୍ଥ କ’ଣ?
କାହା ପାଖରେ କେତେ ସଂଖ୍ୟା ଅଛି ମୁଁ ଜାଣିନାହିଁ। ଆସନ୍ତାକାଲି ହୁଏତ ସେମାନେ ସଂଖ୍ୟାଗରିଷ୍ଠତା ପ୍ରମାଣ କରିଦେବେ। ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିବାରେ କୌଣସି ଦୁଃଖ ନାହିଁ।
ସୂଚନାଯୋଗ୍ୟ,ଶିବସେନାର ୪୦ ଜଣ ବିଧାୟକ ଉଦ୍ଧବ ସରକାର ବିରୋଧରେ ବିଦ୍ରୋହ ଘୋଷଣା କରିବାରୁ ରାଜ୍ୟରେ ରାଜନୀତିକ ସଙ୍କଟ ସୃଷ୍ଟି ହୋଇଛି। ବିଦ୍ରୋହୀଙ୍କୁ ବୁଝାଇବା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନବିସ ଆସ୍ଥା ଭୋଟ ପାଇଁ ଦାବି କରିବାକୁ ରାଜ୍ୟପାଳ ଭଗତ ସିଂହ କୋଶିୟାରୀଙ୍କୁ ଭେଟିଥିଲେ। ବିଦ୍ରୋହୀ ବିଧାୟକମାନେ ଗୁରୁବାର ମୁମ୍ବାଇ ଫେରି ଫ୍ଲୋର ଟେଷ୍ଟରେ ଭାଗ ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ

ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ...

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri