କାମ ସରିନି, ରାସ୍ତାରୁ ପିଚୁ ଉଠିଲାଣି

ମୋରଡ଼ା,୩୦।୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତର ପୁରୁଣାପାଣି-ଗଡ଼ିିଗଁା ରାସ୍ତାକାମ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟ ନ ସରୁଣୁ ରାସ୍ତାରୁ ପିଚୁ ଉଠି ଯାଇଥିବା ଓ ବର୍ଷା ସମୟରେ ମଧ୍ୟ ପିଚୁ କାମ ଚାଲିଥିବା ଗ୍ରାମର ଜଗନ୍ନାଥ ବେହେରା, ବଲ ରଣା, ପୁପୁନ ରଣା ପ୍ରମୁଖ ଅଭିଯୋଗରେ ଦର୍ଶାଇଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ ଉକ୍ତ ରାସ୍ତାର ଭିତ୍ତିପ୍ରସ୍ତର ଗତ ଜାନୁଆରୀ ୬ ତାରିଖରେ ମୋରଡା ବିଧାୟକ ରାଜ କିଶୋର ଦାସଙ୍କ ଦ୍ୱାରା କରାଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗର ଟେଣ୍ଡର ଅନୁଯାୟୀ ନିର୍ମାଣ ଦାୟିତ୍ୱ ଜଣେ ଠିକାଦାରଙ୍କୁ ଦିଆଯାଇଛି। ରାସ୍ତା ନିର୍ମାଣ ଆରମ୍ଭରୁ ଠିକାଦାର ମନମୁଖୀ କାର୍ଯ୍ୟ କରୁଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ ମଧ୍ୟ ଏଥିପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଠିକ୍‌ ଭାବେ ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ବ୍ଲକ ଭଞ୍ଜସେନା ସଭାପତି ପରିତୋଷ ବାରିକ ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧ୍ୟୀକ୍ଷଣ ଯନ୍ତ୍ରୀ ଭିଏନ୍‌.ଏଚ୍‌ ରାଓଙ୍କୁ ପଚାରିବାରୁ କାର୍ଯ୍ୟର ତଦନ୍ତ କରାଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ନିମ୍ନମାନର କାର୍ଯ୍ୟ ହୋଇଥିଲେ ପୁଣି ଥରେ ଠିକ୍‌ ଭାବରେ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri