ଶିକାରୀ ଗୁଳିରେ ଟଳିପଡ଼ିଲେ ଶିକାରୀ

ବୌଦ୍ଧ,୩୦।୬(ସ୍ବ.ପ୍ର.): ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ କାନପୁର ଗ୍ରାମର ସଞ୍ଜୀବ ଭୋଇଙ୍କର ଅନ୍ୟ ଜଣେ ଶିକାରୀଙ୍କ ଗୁଳିରେ ମୃତ୍ୟୁ ଘଟିଛି। ଦୁଇଦିନ ପରେ ବୁଧବାର ରାତିରେ ଘଟଣା ଜଣାପଡ଼ିଛି। ପରେ ପୋଲିସ ମୃତଦେହ ଜବତ କରିଛି। ସେହି ଗ୍ରାମର ଶମ୍ଭୁନାଥ ଭୋଇ (୨୬)ଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।
ସଞ୍ଜୀବ ଓ ଶମ୍ଭୁନାଥ ସୋମବାର ଗାଁ ନିକଟସ୍ଥ ଜିରାଡ଼ ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ। ମାତ୍ର ଶିକାର ସମୟରେ କୌଣସି କାରଣରୁ ସଞ୍ଜୀବଙ୍କ ଦେହରେ ଗୁଳି ବାଜିଥିଲା। ଗୁଳି ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଭୟରେ ଶମ୍ଭୁନାଥ ମୃତଦେହକୁ କିଛିଦୂରରେ ପିଙ୍ଗିଦେଇ ଘରକୁ ପଳାଇ ଆସିଥିଲେ। ସଞ୍ଜୀବ ଘରକୁ ନ ଫେରିବାରୁ ପରିବାର ଲୋକେ ଦୁଇଦିନ ଦରି ଖୋଜାଖୋଜି କରିବା ପରେ ନ ପାଇ ଶେଷରେ ବୁଧବାର ପୁରୁଣାକଟକ ଥାନାର ଦ୍ୱାରସ୍ଥ ହୋଇଥିଲେ। ପରେ ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ତଦନ୍ତ ଆରମ୍ଭ କରିଥିଲା। ଶିକାର କରିବାକୁ ଯାଇଥିବା ଅନ୍ୟ ଶିକାରୀ ଶମ୍ଭୁନାଥଙ୍କୁ ପଚରାଉଚରା କରାଯାଇଥିଲା। ଜଙ୍ଗଲରେ ଶିକାର ସମୟରେ ଗୁଳି ବାଜି ମୃତ୍ୟୁ ହୋଇଥିବା ଶମ୍ଭୁନାଥ ସ୍ବୀକାର କରିବା ସହ ମୃତଦେହ ପଡ଼ିଥିବା ସ୍ଥାନ ନେଇ ଦେଖାଇଥିଲେ। ପୋଲିସ ବୁଧବାର ରାତିରେ ଜଙ୍ଗଲକୁ ଯାଇ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି ବୌଦ୍ଧ ମେଡିକାଲ ପଠାଇଥିଲା। ଏନେଇ ପୁରୁଣାକଟକ ଥାନାରେ ପୋଲିସ ଏକ ମାମଲା (ନଂ.୮୮/୨୨) ରୁଜୁକରି ଶମ୍ଭୁନାଥଙ୍କୁ ଅଧିକ ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri