୫ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୭(ବ୍ୟୁରୋ):ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଶେଷକରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏଥିପାଇଁ ୭ ଜିଲାକୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଏବଂ ଯାଜପୁର।
ଜୁନ୍‌ରେ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ନ ଥିବାରୁ ରାଜ୍ୟରେ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇ ଯାଇଛି। ଜୁନ୍‌ ୧ରୁ ୩୦ ମଧ୍ୟରେ ରାଜ୍ୟରେ ୩୭ ପ୍ରତିଶତ କମ୍‌ ବର୍ଷା ହୋଇଛି। ପୁରୀ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଜଗତ୍‌ସିଂହପୁୁର, ଭଦ୍ରକ, ଖୋର୍ଦ୍ଧା ଆଦି ଜିଲାରେ ପରିସ୍ଥିତି ସଙ୍ଗିନ। ପୁରୀରେ ଜୁନ୍‌ ମାସରେ ସ୍ବାଭାବିକଠାରୁ ୮୬ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡ଼ାରେ ୭୧, ସୁନ୍ଦରଗଡ଼ ୬୫, ଜଗତ୍‌ସିଂହପୁର ୫୬, ନବରଙ୍ଗପୁର ୫୧, ଖୋର୍ଦ୍ଧା ୫୫, ଭଦ୍ରକ ୫୧, କେନ୍ଦୁଝର ୪୫, ବଲାଙ୍ଗୀର ୪୫, କୋରାପୁଟ ୪୮, ବଲାଙ୍ଗୀରରେ ୪୫ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri