ରାଜ୍ୟରେ ନିଷେଧ ହେଲା ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯାଇଛି। ରାଜ୍ୟରେ ଏହା ଲାଗୁ ହୋଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ ଇତ୍ୟାଦି ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ୍‌, ଗ୍ଲାସ୍‌, ଥାଳିଆ, ପାଣି ପାଉଚ, ପ୍ଲାଷ୍ଟିକ ପତାକା, ଛୁରି, ଷ୍ଟ୍ର, ନିମନ୍ତ୍ରଣ ପତ୍ର, ୧୦୦ ମାଇକ୍ରନରୁ କମ୍‌ ମୋଟେଇ ପିଭିସି ବ୍ୟାନର, ମିଠା ପ୍ୟାକେଟ ଆଦି ସାମଗ୍ରୀକୁ ନିଷେଧ କରାଯିବ। ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ନିଷେଧ ହୋଇଥିବା ସାମଗ୍ରୀକୁ ବ୍ୟବହାର କଲେ ୫୦୦ରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଘରେ କିମ୍ବା ବ୍ୟକ୍ତିଗତ ଭାବେ ବ୍ୟବହାର କରୁଥିଲେ ୫୦୦ ଟଙ୍କା
ଜରିମାନା ଦେବାକୁ ହେବ। ସେହିପରି ଯଦି କୌଣସି ସଂସ୍ଥାରୁ ନିଷେଧ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ମିିଳିବ ସମ୍ପୃକ୍ତ ସଂସ୍ଥାକୁ ୫ ହଜାର ଟଙ୍କା ଜରିମାନା ଦେବାକୁ ହେବ। ସ୍ଥାନୀୟ ପୌର ସଂସ୍ଥା କିମ୍ବା ପଞ୍ଚାୟତ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ ଜରିଆରେ ଏଭଳି ଜରିମାନା ଆଦାୟ କରାଯିବ। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୨୦୧୮ ଅକ୍ଟୋବର ୨ରୁ ୫ ମହାନଗର ନିଗମ(ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର)ରେ ପଲିଥିନ ଉପରେ କଟକଣା ଜାରି କରିଥିଲେ। ୨୦୧୯ ଅକ୍ଟୋବର ୨ରୁ ସମସ୍ତ ସହରାଞ୍ଚଳରେ ଏହାକୁ ନିଷେଧ କରାଯାଇଛି। ମାତ୍ର ଧରପଗଡ଼ ନ ଥିବାରୁ ସହରାଞ୍ଚଳଗୁଡ଼ିକରେ ଅବାଧରେ ପଲିଥିନ ଓ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ବହୁଳ ମାତ୍ରାରେ ବଢ଼ିଚାଲିଛି। ବିଡ଼ମ୍ବନା ଯେ ପୌର ସଂସ୍ଥା କର୍ତ୍ତୃପକ୍ଷ କିମ୍ବା ଏସ୍‌ପିସିବି କଟକଣା ଉପରେ ନଜର ଦେଉ ନ ଥିବାରୁ ୩ ବର୍ଷ ପରେ ମଧ୍ୟ ସହରାଞ୍ଚଳରେ ପଲିଥିନ ଭରା ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri