ଜୁଲାଇରୁ ସେପ୍ଟେମ୍ବର ୧୩ ଦିନ ଜନଶୁଣାଣି

ଜଗତ୍‌ସିଂହପୁର ଅଫିସ, ୨।୭: ଜିଲା ପ୍ରଶାସନ ପକ୍ଷରୁ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ହେବାକୁ ଥିବା ମିଳିତ ଜନଅଭିଯୋଗ ଶୁଣାଣି ଶିବିରର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ଜୁଲାଇରେ ୪ ଦିନ ଏହି ଶିବିର ଆୟୋଜନ ହେବ। ୪ ତାରିଖରେ ଏରସମା ବ୍ଲକ, ୧୧ରେ ରଘୁନାଥପୁର, ୧୮ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ୨୫ରେ ତିର୍ତ୍ତୋଲ ବ୍ଲକରେ ଶୁଣାଣି ଅନୁଷ୍ଠିତ ହେବ। ସେହିପରି ଅଗଷ୍ଟରେ ୫ଦିନ ଅର୍ଥାତ୍‌ ୧ରେ କୁଜଙ୍ଗ ବ୍ଲକ, ୮ରେ ବିରିଡ଼ି, ୧୬ରେ ଜିଲାପାଳଙ୍କ କାର୍ଯ୍ୟାଳୟ, ୨୨ରେ ନାଉଗାଁ ଓ ୨୯ରେ ବାଲିକୁଦା ବ୍ଲକରେ ଶିବିର ଆୟୋଜନ ହେବ। ସେପ୍ଟେମ୍ବରରେ ୪ ଦିନ ଅର୍ଥାତ୍‌ ୫ରେ ଏରସମା ବ୍ଲକ, ୧୨ରେ ରଘୁନାଥପୁର, ୧୯ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ୨୬ରେ ତିର୍ତ୍ତୋଲ ବ୍ଲକରେ ଶିବିର କରାଯିବ। ଏସବୁ ଶିବିରରେ ଜିଲାପାଳ, ଏସ୍‌ପି, ଅତିରିକ୍ତ ଜିଲାପାଳ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଉପଜିଲାପାଳ, ଜିଲାସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର, କ୍ଷେତ୍ରୀୟ ଓ ବ୍ଲକସ୍ତରୀୟ ଅଧିକାରୀ, ଜନ ପ୍ରତିନିଧିମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଆପତ୍ତି ଅଭିଯୋଗର ଶୁଣାଣି କରିବେ । ଜିଲାର ଜନସାଧାରଣ ସେମାନଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ପାଇଁ ଉପରୋକ୍ତ କାର୍ଯ୍ୟସୂଚୀ ଅନୁଯାୟୀ ଉପସ୍ଥିତ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri