Posted inଜାତୀୟ

ଭାଜପା ସରକାରଙ୍କୁ ପୁଣି ଘେରିଲେ ବରୁଣ, ରୁଟି-କପଡ଼ା-ମକାନ ପରେ ଏବେ ଚିକିତ୍ସା ବି ହେଲା ମହଙ୍ଗା…

ନୂଆଦିଲ୍ଲୀ, ୨।୭ : ଦେଶରେ ବୃଦ୍ଧି ପାଉଥିବା ଦରଦାମ୍‌ ବୃଦ୍ଧି ନେଇ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାରକୁ ପୁଣି ଘେରିଛନ୍ତି। ଏହା ପ୍ରଥମ ଥର ନୁହେଁ ଯେ ସେ ଭାଜପା ସରକାରଙ୍କୁ ସେ ଟାର୍ଗେଟ କରିଛନ୍ତି। ଏହାପୂର୍ବରୁ ମଧ୍ୟ ଅନେକ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସେ ସମାଲୋଚନା କରି ସାରିଛନ୍ତି। ଦରଦାମ ବୃଦ୍ଧି ପାଇଁ ଏବେ ସେ ସରକାରଙ୍କୁ ଦାୟୀ କରିଛନ୍ତି।

ସେ କହିଛନ୍ତି ଯେ କେବଳ ଅତ୍ୟାବଶ୍ୟକ ତଥା ବ୍ୟବହାର ଯୋଗ୍ୟ ଔଷଧର ଦାମ୍‌ରେ ବୃଦ୍ଧି ହୋଇନାହିଁ, ବର୍ତ୍ତମାନ ଡାକ୍ତରଖାନାରେ ଚିକିତ୍ସା କରିବା ମଧ୍ୟ ମହଙ୍ଗା ହୋଇ ପଡିଛି। ସେ କହିଛନ୍ତି ଯେ ୮୦୦ ଅତ୍ୟାବଶ୍ୟକ ତଥା ସାଧାରଣ ବ୍ୟବହାର ଔଷଧର ଦାମ୍‌ ବୃଦ୍ଧି ପରେ ବର୍ତ୍ତମାନ ଡାକ୍ତରଖାନାଗୁଡ଼ିକରେ ଚିକିତ୍ସା ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଠାରୁ ଅଧିକ ମହଙ୍ଗା ହୋଇ ପଡିଛି।

ରୁଟି ମହଙ୍ଗା, ପୋଷାକ ମହଙ୍ଗା, ଘର ମହଙ୍ଗା ଏବଂ ବର୍ତ୍ତମାନ ଚିକିତ୍ସା ବି ମହଙ୍ଗା ହୋଇଛି ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ଏବଂ ଶିକ୍ଷା ହେଉଛି ମୌଳିକ ଆବଶ୍ୟକତା। ମାତ୍ର ଏହା ଏବେ ଏହାର ଖର୍ଚ୍ଚ ଢ଼େର ବୃଦ୍ଧି ପାଇଛି। ଦରଦାମ୍‌ ବୋଝରେ ଚାପି ହୋଇଥିବା ହୋଇଥିବା ସାଧାରଣ ଲୋକ କେବେ ଆରାମ ପାଇବେ? ତାହାର ଅନୁସନ୍ଧାନ ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri