Posted inଜାତୀୟ

ହସ୍ପିଟାଲରେ ଲାଲୁଙ୍କୁ ଭେଟିଲେ ନୀତିଶ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାଟନାର ପାରସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦିଲ୍ଲୀ ଆଣିବାକୁ ପ୍ରସ୍ତୁତି ଚାଲିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ପାରସ ହସ୍ପିଟାଲ ପରିଦର୍ଶନ କରି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏହାସହ ନୀତିଶଙ୍କ ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଲାଲୁ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କ ସହ ପିତାଙ୍କ ସ୍ବାସ୍ଥ୍ୟ ବିଷୟରେ ଆଲୋଚନା କରିଥିଲେ।
ତେଜସ୍ବୀ ବୁଧବାର କହିଛନ୍ତି ଯେ, ଯଦି ଆବଶ୍ୟକ ହୁଏ ତେବେ ବାପାଙ୍କୁ ସିଙ୍ଗାପୁରକୁ ନିଆଯିବ। ଲୋକମାନେ ନିଜ ଘରୁ ପ୍ରାର୍ଥନା କରିବା ଉଚିତ୍‌। ଡାକ୍ତରଖାନାରେ ଭିଡ଼ ହେତୁ ସଂକ୍ରମଣ ହେବାର ଆଶଙ୍କା ଅଛି। ଏହା ଅନ୍ୟ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ପାଇଁ ମଧ୍ୟ ସମସ୍ୟା ସୃଷ୍ଟି କରିବ। ତେଣୁ ସେଠାରେ ଭିଡ଼ କରନ୍ତୁ ନାହିଁ।
ରାଜନୀତିରେ ଏଭଳି ପ୍ରସଙ୍ଗରେ ସମସ୍ତେ ଏକଜୁଟ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଫୋନରେ ଲାଲୁଙ୍କ ବିଷୟରେ ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ପାଟନାରେ ଥିବା ରାବ୍ରି ଦେବୀଙ୍କ ସରକାରୀ ବାସଭବନରେ ଲାଲୁ ଯାଦବ ପାହାଚରୁ ଖସିପଡିଥିଲେ। ତାଙ୍କ କାନ୍ଧର ହାଡ ଭାଙ୍ଗିଯାଇଥିଲା। ଏହାପୂର୍ବରୁ ସେ ଅନେକ ରୋଗରେ ପୀଡିତ ଅଛନ୍ତି। ଗତ ସୋମବାର ସକାଳେ ତାଙ୍କ ଅବସ୍ଥା ଖରାପ ହେବା ପରେ ତାଙ୍କୁ ପାଟନାରେ ଥିବା ପାରସ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଲାଲୁଙ୍କ ଫୁସଫୁସ ପାଣିରେ ଜମିଛି। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ନେବାକୁ ପ୍ରସ୍ତୁତି ଚାଲିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଏମ୍ସକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri