Posted inଜାତୀୟ

କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ମିଳିବ ସରକାରୀ ଚାକିରି

ଜୟପୁର,୬।୭: ଉଦୟପୁରର ଦରଜି କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ସରକାରୀ ଚାକିରି ଦିଆଯିବ। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏହି ଘୋଷଣା କରିଛନ୍ତି। କ୍ୟାବିନେଟରେ ଆସିଥିବା ଏହି ପ୍ରସ୍ତାବରେ ସମସ୍ତ ମନ୍ତ୍ରୀ ମଧ୍ୟ ସହମତ ହୋଇଛନ୍ତି। ଏହାପୂର୍ବରୁ ରାଜ୍ୟ ସରକାର କହ୍ନେୟାଲାଲଙ୍କ ପରିବାରକୁ ୫୧ ଲକ୍ଷ ଟଙ୍କା ଚେକ ମଧ୍ୟ ଦେଇଥିଲେ।
ସୂଚନାଯୋଗ୍ୟ, ଜୁନ୍‌ ୨୮ରେ ଦରଜି ୪୮ ବର୍ଷୀୟ କହ୍ନେୟାଲାଲଙ୍କୁ ଦୁଇ ଯୁବକ ଗସ ମହମ୍ମଦ ଓ ମହମ୍ମଦ ରିୟାଜ ଅନସାରୀ ଦୋକାନ ଭିତରେ ପଣି ହତ୍ୟା କରିଥିଲେ। ଏହି ଦୃଶ୍ୟକୁ କ୍ୟାମେରାରେ କଏଦ ମଧ୍ୟ କରିଥିଲେ। ହତ୍ୟା ପରେ ଉଭୟ ଭିଡିଓ ଜାରି କରି ଘଟଣାକୁ ସ୍ବୀକାର କରିଥିଲେ। କହ୍ନେୟାଲାଲଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଭାଜପାରୁ ନିଲମ୍ବିତ ହୋଇଥିବା ନୂପୁର ଶର୍ମାଙ୍କ ସପକ୍ଷରେ ପୋଷ୍ଟ କରାଯାଇଥିଲା। ନୂପୁର ଶର୍ମା ଇସଲାମ ଓ ପ୍ରଫେଟ ମହମ୍ମଦଙ୍କୁ ଅପମାନିତ କରିଥିଲେ। ସେଭଳି ଜଣେ ଲୋକଙ୍କୁ ସମର୍ଥନ କରିଥିବାରୁ ଦୁଇ ଯୁବକ ପ୍ରତିଶୋଧ ନେବା ପାଇଁ ଏପରି ଲୋମହର୍ଷଣକାରୀ ଘଟଣା ଘଟାଇଥିବା ଭିଡିଓରେ କହିଥିଲେ। ଭିଡିଓ ଜାରି ହେବାର କିଛି ସମୟ ମଧ୍ୟରେ ହିଁ ରାଜସ୍ଥାନ ପୋଲିସ ଉଭୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri