‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୯।୭(ବ୍ୟୁରୋ) : ପବିତ୍ର ସନ୍ଧ୍ୟାଦର୍ଶନ ଅବସରରେ ଲୋକସମ୍ପର୍କ ଭବନରେ ଶୁକ୍ରବାର ରଥଯାତ୍ରାର ମହତ୍ତ୍ବ ଓ ବିଭିନ୍ନ ତଥ୍ୟ ସମ୍ବଳିତ ‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ ହୋଇଯାଇଛି। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ମହାବିଗ୍ରହ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଏକ ବିଶ୍ୱପ୍ରସିଦ୍ଧ ଆଧ୍ୟାତ୍ମିକ ମହାପର୍ବ। ରଥଯାତ୍ରା ସମ୍ପର୍କରେ ଗବେଷଣା, ଅଧ୍ୟୟନ ଓ ଆଲୋଚନା ଅବ୍ୟାହତ ରହିଥିବାବେଳେ ଉକ୍ତ ଗ୍ରନ୍ଥଟି ସେହି କ୍ରମରେ ଏକ ଚମତ୍କାର ସଂଯୋଜନା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଏବଂ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ପୁସ୍ତକର ଲୋକାର୍ପଣ ଅବସରରେ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାର ବିଭିନ୍ନ ବିଭବ ନେଇ ୨୬ଜଣ ବୁଦ୍ଧିଜୀବୀ ଓ ଗବେଷକଙ୍କ ଉପାଦେୟ ଆଲେଖ୍ୟରେ ସମୃଦ୍ଧ ଏହି ପୁସ୍ତକଟି ବିଶିଷ୍ଟ ଜଗନ୍ନାଥ ଗବେଷକ ଡ. ଭାସ୍କର ମିଶ୍ର, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୁଶାନ୍ତ ଦାଶ ଓ ଭାରତୀୟ ରାଜସ୍ବ ସେବା ଅଧିକାରୀ ଅଭୟ ଚରଣ ରାଉତଙ୍କ ଦ୍ୱାରା ସମ୍ପାଦିତ ହୋଇଛି। ପୁସ୍ତକର ସମ୍ପାଦକବୃନ୍ଦ ବକ୍ତବ୍ୟ ରଖି ଏପରି ପ୍ରକାଶନ ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା ସମ୍ପର୍କରେ ତଥ୍ୟ ଓ ଶାସ୍ତ୍ରୀୟ ଉପସ୍ଥାପନକୁ ବ୍ୟାପକ କରିବାରେ ସହାୟକ ହେବ ବୋଲି ଆଶା ପ୍ରକଟ କରିଥିଲେ। ଶ୍ରୀ ପୁରୁଷୋତ୍ତମ ସଦ୍‌ଗ୍ରନ୍ଥାଳୟ ପ୍ରକାଶିତ ୩୮୬ ପୃଷ୍ଠାର ଏହି ପୁସ୍ତକର ପ୍ରଥମ କପି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଧିଷ୍ଠିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଦପଦ୍ମରେ ସମର୍ପିତ ହୋଇଛି। କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ, ସରକାରୀ ଅଧିକାରୀ ଉପସ୍ଥିତ ଥିବାବେଳେ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri