ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗଲା ୩ ଆଖଡ଼ାର ନିଶାନ

ପୁରୀ ଅଫିସ, ୯ା୭: ଆଷାଢ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ୩ ଆଖଡ଼ାର ନିଶାନ ଶୋଭାଯାତ୍ରା ସମ୍ପନ୍ନ ହୋଇଛି। ବଡ଼ ଆଖଡ଼ା, ହାତୀ ଆଖଡ଼ା ଏବଂ ନିର୍ମାହୀ ଆଖଡ଼ା ପକ୍ଷରୁ ନିଶାନ ସହ ମଠର ମହନ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଆଜକୁ ୬୦୦ବର୍ଷ ପୂର୍ବେ ରାମାନନ୍ଦ ଆଚାର୍ଯ୍ୟ ଜଗନ୍ନାଥ ଧାମକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ। ସେତେବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଡ଼ପ ମଣ୍ଡରେ ଅବସ୍ଥାନ କରିଥିଲେ। ତେଣୁ ରାମାନନ୍ଦ ବଡ଼ ଆଖଡା ମଠ ଶାଖା ଦଶାବତାର ମଠରେ ଅବସ୍ଥାନ କରିଥିଲେ। ସେ ଆଷାଢ଼ ଶୁକ୍ଳ ନବମୀ ତିଥିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଆଡ଼ପ ମଣ୍ଡପକୁ ଯାଇଥିଲେ। ସେ ତାଙ୍କ ଦର୍ଶନ ସମୟରେ ବଡ଼ ଆଖଡ଼ା, ହାତୀ ଆଖଡ଼ା ଏବଂ ନିର୍ମୋହୀ ଆଖଡ଼ାର ନିଶାନକୁ ସାଥିରେ ନେଇଥିଲେ। ଏହି ପରମ୍ପରାକୁ ପାଥେୟ କରି ଶୁକ୍ରବାର ହାତୀ ଆଖଡ଼ା ମଠର ମହନ୍ତ ସୁଖରାମ ଦାସ, ବଡ଼ ଆଖଡା ମଠର ମହନ୍ତ ହରି ନାରାୟଣ ଦାସ, ନିର୍ମୋହୀ ମଠର ବାବନ ଚରଣ ଦାସ ଏବଂ ପୁରୀରେ ଥିବା ସମସ୍ତ ରାମାନନ୍ଦୀ ମଠର ମହନ୍ତମାନେ ସେମାନଙ୍କ ନିଶାନ ସହ ଆଡ଼ପ ମଣ୍ଡପ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri