ରାଜଧାନୀରେ ପୁଣି ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଚାଞ୍ଚଲ୍ୟ। ଏକ ବନ୍ଦ କୋଠରିରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ନିୟୁ ଫରେଷ୍ଟ ପାର୍କ ଅଞ୍ଚଳର ଏକ ବନ୍ଦ ଘରୁ ପୋଲିସ ଏହି ମୃତଦେହ ଜବତ କରିଛି। ମୃତ ଛାତ୍ର ଜଣଙ୍କ ହେଲେ ଖୋର୍ଦ୍ଧା ସରପାରି ଗାଁର ଜ୍ୟୋତି ରଞ୍ଜନ ସାହୁ। ସେ ଖୋର୍ଦ୍ଧାର ମଳିପଡ଼ା କଲେଜରେ ଯୁକ୍ତ ୩ରେ ପଢୁଥିଲେ।

ତାଙ୍କ ହାତରେ କଡ଼ି ବନ୍ଧା ହୋଇଥିବା ବେଳେ ମୁହଁରେ ମଧ୍ୟ କପଡ଼ା ବନ୍ଧା ହୋଇଛି। ତେଣୁ ତାଙ୍କୁ କେହି ହତ୍ୟା କରି ଏପରି ଟାଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ପ୍ରାଥମିକ ଭାବେ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ମିଳିଛି।

ଜ୍ୟୋତିଙ୍କ ବାପା ପଞ୍ଚୁ ସାହୁ କହିଛନ୍ତି, ତାଙ୍କ ପୁଅ ୩ ମାସ ହେବ ନିୟୁ ଫରେଷ୍ଟ ପାର୍କ ଅଞ୍ଚଳରେ ରହି କାମ କରିବା ସହ ପାଠ ପଢ଼ାପଢ଼ି କରୁଥିଲା। ହାତରେ କଡ଼ି ପଡ଼ିଥିବା ବେଳେ ପାଟିରେ କପଡ଼ା ବନ୍ଧା ହୋଇଛି। ତେଣୁ ତାଙ୍କ ପୁଅକୁ କେହି ହତ୍ୟା କରି ଟାଙ୍ଗି ଦେଇଥିବା ସେ ସନ୍ଦେହ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଆଉ ୮ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଭାଜପା ପ୍ରାର୍ଥୀ କରିଛି। ସେହିପରି ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri