ଜି ସଲାମ ଟିଭି ଚାନେଲରେ ଚମକିବେ ମାଲକାନଗିରି ଝିଅ

ମାଲକାନଗିରି, ୧୦।୭(ଡି.ଏନ.ଏ.)- ନୃତ୍ୟ କ୍ଷେତ୍ରରେ ନିଜର ପରିଦର୍ଶିତା ଯୋଗୁଁ ବର୍ତ୍ତମାନ ଟିଭିରେ ଚମକିବେ ମାଲକାନଗିରି ଜିଲାର ଝିଅ। ସେ ହେଉଛନ୍ତି ସୁମନ୍ତ ବୈରାଗିଙ୍କ ଝିଅ ସୌମ୍ୟା। ସବୁଠି ଏବେ ତାଙ୍କ ପ୍ରଶଂସା। ସୌମ୍ୟାଙ୍କ ଘର ମାଲକାନଗିରି ଜିଲା ସଦର ମହକୁମାରେ। ପିଲାଟି ବେଳୁ ତାଙ୍କର ନୃତ୍ୟ ପ୍ରତି ଦୁର୍ବଳତା ଥିଲା। ତାଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ମାଆବାପା ତାଙ୍କୁ ଉତ୍ସାହିତ କରିଥିଲେ। ତାଙ୍କୁ ନୃତ୍ୟ ଶିଖିବା ନିମନ୍ତେ ପଠାଇଥିଲେ। ପରେ ସୌମ୍ୟା ବିଭିନ୍ନ ନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ପାଇଥିଲେ। ନିଜର ନିଷ୍ଠା ଓ ପରିଶ୍ରମ ଯୋଗୁ ଖୁବ୍‌ ଶୀଘ୍ର ସେ ଟିଭିରେ ନିଜ ନୃତ୍ୟ କଳାର ପ୍ରଦର୍ଶନ କରିବେ। ଜି ସଲାମ ଟିଭି ଚ୍ୟାନେଲର ଆରମ୍ଭ ହେବାକୁ ଥିବା ଡ୍ୟାନ୍ସ ଆଇକନ ନାମକ ରିଆଲିଟି ଶୋରେ ସୌମ୍ୟା ନିଜ ପ୍ରତିଭା ପ୍ରଦର୍ଶନ କରିବେ। ୧୦ ତାରିଖ ରବିବାର ଜି ସଲାମ ଚ୍ୟାନେଲରେ ସୌମ୍ୟା ସମସ୍ତଙ୍କ ନଜରକୁ ଆସିବେ। ଏ କ୍ଷେତ୍ରରେ ନିଜ ସଫଳତା ପାଇଁ ସେ ମାଆବାପା ଏବଂ ମାଲକାନଗିରିବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଭଲପାଇବାକୁ ଶ୍ରେୟ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri