ପକ୍ଷୀକୁ ସୁରକ୍ଷା ଦେଉଛନ୍ତି ଗ୍ରାମବାସୀ

କେନ୍ଦୁଝର, ୧୨।୭(ସ୍ବ.ପ୍ର.) କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଏନ୍‌ଏଚ୍‌ ୨୦ କଡ଼ରେ ଥିବା ବଡପଶି ଗ୍ରାମରେ ଶହ ଶହ ବଗ, ଗେଣ୍ତlଳିଆ ଆଦି ଚଢ଼େଇ ଦୁଇଟି ଗଛରେ ବସବାସ କରୁଛନ୍ତି। ମୌସୁମୀ ଆସିଲେ ସେମାନେ ଆସିଥାନ୍ତି। ଗଛରେ ବସା ବାନ୍ଧି ରୁହନ୍ତି। ଅଣ୍ଡା ଦେଇଥନ୍ତି। ଅଣ୍ଡାରୁ ଛୁଆ ଫୁଟିବା ପରେ ଫେରି ଯାଆନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଗାଁ ଲୋକେ ସେମାନଙ୍କର କୌଣସି କ୍ଷତି କରୁନାହାନ୍ତି। ଏଣୁ ପ୍ରତ୍ୟେକ ବର୍ଷ ଆସିଥାନ୍ତି ବୋଲି ଗ୍ରାମବାସୀ ଶିବାନନ୍ଦ ନାଏକ କହିଛନ୍ତି। ତେନ୍ତୁଳି ଓ ବେଲ ଗଛରେ କାଠି, ପତ୍ର, ଘାସ, କୁଟା ଆଦି ସଂଗ୍ରହ କରି ସେମାନେ ଗଛରେ ବସା ବାନ୍ଧିଥାନ୍ତି। ଦୂରରୁ ମେଘ ମାଳ ତଳେ ଗଛରେ ଧଳା ଫୁଲ ଫୁଟିବା ଭଳି ଦୃଶ୍ୟମାନ ହୋଇଥାଏ। ସତେ ଯେପରି ମୌସୁମୀ ବର୍ଷାକୁ ଅପେକ୍ଷା କରିଛନ୍ତି। ଯଦିଓ ଏହି ପକ୍ଷୀ ମାଂସ ପାଇଁ ଅନେକ ଅଞ୍ଚଳରେ ଶିକାର ହୋଇଥାଏ। ତେବେ ଗ୍ରାମବାସୀ ମାନେ ଏସବୁର ସୁରକ୍ଷା କରୁଥିବାରୁ ପରିବେଶବିତ୍‌ ତଥା ପକ୍ଷୀ ପ୍ରେମୀ ପ୍ରଶଂସା କରିଛନ୍ତି। ପରିବେଶବିତ ଡ. ବିମ୍ବାଧର ବେହେରା କହିଛନ୍ତି, ଏବେ ମଧ୍ୟ ଜଙ୍ଗଲର ସୁରକ୍ଷା ସହ ସେମାନଙ୍କ ପାଇଁ ଅନୁକୂଳ ହୋଇପାରିଲେ ଧୀରେ ଧୀରେ ଲୋପ ପାଇଯାଉଥିବା ବହୁ ପ୍ରକାର ପକ୍ଷୀଙ୍କ ସୁରକ୍ଷା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri