Posted inଜାତୀୟ

ଏମ୍ସରେ ଲାଲୁଙ୍କୁ ଭଗବତ ଗୀତା ପାଠ କରିବାକୁ ମିଳୁନି ଅନୁମତି, ପୁଅ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୨।୭: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଅସୁସ୍ଥତା କାରଣରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଏଠାରେ ତାଙ୍କୁ ଶ୍ରୀମଦ ଭଗବତ ଗୀତା ପାଠ କରିବାକୁ ଅନୁମତି ଦିଆଯାଉ ନ ଥିବା ତାଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ମଙ୍ଗଳବାର ଟୁଇଟ୍‌ ଯୋଗେ ଅଭିଯୋଗ ଆଣିଛନ୍ତି। ତେଜ ପ୍ରତାପ ଟୁଇଟ୍‌ରେ ଲେଖିଛନ୍ତି- ‘ପିତାଙ୍କୁ ଡାକ୍ତରଖାନାରେ ଶ୍ରୀମଦ ଭଗବତ ଗୀତା ପଢିବା ଏବଂ ଶୁଣିବାକୁ ରୋକା ଯାଉଛି। ତାଙ୍କୁ ଗୀତା ପଢିବାକୁ ଏବଂ ଶୁଣିବାକୁ ଭଲ ଲାଗେ। ଗୀତା ପାଠ କରିବାକୁ ଅନୁମତି ଦେଉ ନ ଥିବା ସେହି ଅଜ୍ଞାନୀ ବ୍ୟକ୍ତି ଜାଣିନାହାନ୍ତି, ଏହି ମହାପାପର ମୂଲ୍ୟ ଏହି ଜନ୍ମରେ ତାଙ୍କୁ ଦେବାକୁ ପଡିବ।
ସୂଚନାଯୋଗ୍ୟ, ଗତ ଜୁଲାଇ ୩ରେ ଲାଲୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ତ୍ରୀ ରାବ୍ରି ଦେବୀଙ୍କ ସରକାରୀ ବାସଭବନରୁ ସିଡ଼ିରୁ ଖସିପଡିଥିଲେ। ଏଥିରେ ତାଙ୍କ ଡାହାଣ କାନ୍ଧ ଫ୍ରାକ୍ଚର ଏବଂ ପିଠିରେ ଆଘାତ ଲାଗିଥିଲା। ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଧୀରେ ଧୀରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ତାଙ୍କୁ ଆଇସିୟୁରୁ ସାଧାରଣ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା...

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର...

PM Kisan ଟଙ୍କା ହେବ ୨ଗୁଣା? ସରକାର ଦେଲେ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସହିତ ଜଡିତ ଏକ ପ୍ରମୁଖ ପ୍ରଶ୍ନ ଚାଷୀଙ୍କ ମଧ୍ୟରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ସରକାର କ’ଣ...

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ...

ଧନୁ ସଂକ୍ରାନ୍ତିରେ ୫ରାଶିଙ୍କ ହାତକୁ ଅଚାନକ ଆସିବ ଟଙ୍କା! ନୂଆ ଗହଣା କିଣିବେ…

୨୦୨୫ର ଶେଷ ସଂକ୍ରାନ୍ତି ହେଉଛି ଧନୁ ସଂକ୍ରାନ୍ତି, ଯାହା ମଙ୍ଗଳବାର, ଡିସେମ୍ବର ୧୬ ତାରିଖରେ ପଡୁଛି। ଦ୍ରିକ ପାଞ୍ଜି ଅନୁସାରେ, ସୂର୍ଯ୍ୟଙ୍କର ଧନୁ ରାଶିରେ ପ୍ରବେଶ...

ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…

ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି।...

୨୦୨୬ରେ ଭାଗ୍ୟବାନ ଏହି ୪ରାଶି, ଅଚାନକ ହେବେ ଧନୀ! ମିଳିବ ବଡ଼ ପୋଷ୍ଟ

ନୂଆବର୍ଷ ୨୦୨୬ ଆରମ୍ଭ ହେବାକୁ ଆଉ ବହୁତ ସମୟ ବାକି ନାହିଁ। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରର ଗତିବିଧିକୁ ଆଧାର କରି ୨୦୨୬ ବର୍ଷ ବିଷୟରେ...

ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri