ଇସ୍ତଫା ପତ୍ରରେ ହସ୍ତାକ୍ଷର କଲେ ରାଷ୍ଟ୍ରପତି

କଲମ୍ବୋ,୧୨।୭: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ଏବେ ରାଜନୈତିକ ଅସ୍ଥିରତା ଲାଗି ରହିଛି। ଜନତାଙ୍କ ବିରୋଧ ପ୍ରଦର୍ଶନ ପରେ ରାଷ୍ଟ୍ରପତି ଗୋଟବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବେ ବୋଲି ସୋମବାର ଘୋଷଣା କରିଥିଲେ। ଇତିମଧ୍ୟରେ ଗୋଟବାୟା ମଙ୍ଗଳବାର ନିଜ ଇସ୍ତଫା ପତ୍ରରେ ହସ୍ତାକ୍ଷର କରିଥିବା ଜଣାପଡ଼ିଛି। ବୁଧବାର ରାଷ୍ଟ୍ରପତି କାର୍ଯ୍ୟକାଳ ଶେଷ ହେବା ନେଇ ସେ ଔପଚାରିକ ଭାବେ ଘୋଷଣା କରିବେ। ତେବେ ସର୍ବସାଧାରଣରେ ଘୋଷଣା କରିବା ପାଇଁ ଏହି ଇସ୍ତଫା ପତ୍ରକୁ ସଂସଦର ବାଚସ୍ପତିଙ୍କୁ ପ୍ରଦାନ କରାଯିବ। ରାଷ୍ଟ୍ରପତିଙ୍କ ଇସ୍ତଫା ପତ୍ରରେ ହସ୍ତାକ୍ଷର ହେବା ପରେ ଏହାକୁ ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଥିଲା। ଯିଏ ଏହାକୁ ସଂସଦର ବାଚସ୍ପତିଙ୍କୁ ହସ୍ତାନ୍ତର କରିବେ। ଏହି ପତ୍ର ପାଇବା ପରେ ବାଚସ୍ପତି ମହିନ୍ଦା ୟାପା ଆବେୱାର୍ଡେନା ବୁଧବାର ଗୋଟାବାୟା ରାଜପକ୍ସେଙ୍କ ରାଷ୍ଟ୍ରପତି କାର୍ଯ୍ୟକାଳ ଶେଷ ବୋଲି ସର୍ବସାଧାରଣରେ ଘୋଷଣା କରିବେ। ଅନ୍ୟପଟେ ବୁଧବାର ଅସ୍ଥାୟୀ ରାଷ୍ଟ୍ରପତି ଭାବେ ରାନିଲ ବିକ୍ରମସିଂଘେ ଶପଥ ଗ୍ରହଣ କରିବେ। ଜୁଲାଇ ୨୦ରେ ସଂସଦ ଦ୍ୱାରା ନୂତନ ରାଷ୍ଟ୍ରପତି ନିର୍ବାଚିତ ହେବା ପର୍ଯ୍ୟନ୍ତ ରାନିଲ ଏହି ଦାୟିତ୍ୱ ସମ୍ଭାଳିବେ। ସୂଚନାଯୋଗ୍ୟ, ଜୁଲାଇ ୧୯ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯିବ ଏବଂ ୨୦ରେ ମତଦାନ ଗ୍ରହଣ କରାଯିବ ବୋଲି ଶ୍ରୀଲଙ୍କା ବାଚସ୍ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri