Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥାନରେ ଚନ୍ଦ୍ର ଥିବାରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ କଥାରେ ଯୁକ୍ତିତର୍କ କରି ଅଶାନ୍ତ ରହିବେ।
ବୃଷ
ବୃଷ
କୌଣସି କାମ ଠିକ୍‌ ସମୟରେ ନ ହେବା କାରଣରୁ ମନଦୁଃଖ ନ କରି ଓ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ମିଥୁନ
ମିଥୁନ
ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଉଚ୍ଚଶିକ୍ଷା,ସନ୍ତାନଙ୍କ ସମସ୍ୟା, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାରର କାମରେ ମନୋନିବେଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ। କିନ୍ତୁ ଏଥି ସହ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଖଳଲୋକମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ବନ୍ଧୁଗହଣରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
କନ୍ୟା
ଅଟକି ରହିଯାଇଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ପୂର୍ବରୁ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍‌ ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳି ଯାଇପାରେ। ଗୃହ ସମସ୍ୟା ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଧର୍ମକାର୍ଯ୍ୟ ପାଇଁ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରେରଣା ମିଳିପାରେ।
ବିଛା
ବିଛା
ଅଯଥା ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡ଼ିବ, ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ। କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ ସାଧାରଣ ଯୁକ୍ତତର୍କକୁ କେନ୍ଦ୍ରକରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ଆର୍ଥିକ ସଙ୍କଟ ମଧ୍ୟଦେଇ ଗତି କରିବାକୁ ପଡ଼ିପାରେ। ଯାନବାହନରେ ସତର୍କତା ରକ୍ଷା କରିବା ଭଲ।
ମୀନମୀନ
କୌଣସି ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ। ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ସୂଚନା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri