ପ୍ରଥମ ବର୍ଷାରେ ଧୋଇଗଲା ମାଟି: ବିଜୁ ଏକ୍ସପ୍ରେସ୍‌ ଓ୍ବେରେ ବିରାଟ ଗର୍ତ୍ତ

କୋକସରା,୧୨।୭(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଯୋଜନା ମଧ୍ୟରେ ପଶ୍ଚିମାଞ୍ଚଳର ଅନେକ ଜିଲ୍ଲାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ ୱେ ଏକ ବୃହତ ଯୋଜନା। କଳାହାଣ୍ଡି ଜିଲାର ଶେଷ ସୀମା ଆମପାଣିଠାରୁ ବିଜୁ ଏକ୍ସପ୍ରେସ ୱେ ଆରମ୍ଭ ହୋଇ ନୂଆପଡା ଜିଲାକୁ ସଂଯୋଗ କରୁଛି। ପୂର୍ତ୍ତ ବିଭାଗ ଦ୍ୱାରା ଏହାର କାର୍ଯ୍ୟ ସମ୍ପାଦନ ହେଉଥିବା ବେଳେ ପୂର୍ବରୁ ନିର୍ମାଣ ହୋଇଥିବା ଦୁଇ ଲେନ ବିଶିଷ୍ଟ ରାସ୍ତା ଧୋଇଯାଇଛି। କୋକସରା ବ୍ଲକ ଭୁର୍ଷାଗୁଡା ଘଣ୍ଟିଗୁଡା ମଝିରେ ରହିଥିବା ବେହେରା ନଦୀ ପୋଲ କଲଭର୍ଟ ପ୍ରଥମ ବର୍ଷାର ବନ୍ୟା ପାଣିରେ ଧୋଇହେବା ଫଳରେ ରାସ୍ତା ଉପରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଖବର ପାଇବା ପରେ ପୂର୍ତ୍ତ ବିଭାଗୀୟ ଅଧିକାରୀ ପହଞ୍ଚି ରାସ୍ତାକୁ ସିଲ କରିବା ସହ ମରାମତି କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡ଼ିଛି। କୋଟି କୋଟି ଟଙ୍କା ଅଟକଳରେ ବିଭାଗୀୟ ଇଂଜିନିୟରଙ୍କ ତତ୍ତ୍ୱାବଧାନରେ ନିର୍ମାଣ ହୋଇଥିବା ରାସ୍ତା ନିମ୍ନମାନର କାମ ଯୋଗୁ ବର୍ଷା ପାଣିରେ ଧୋଇ ନେଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ଘଟଣାସ୍ଥଳରେ ପୂର୍ତ୍ତ ବିଭାଗର ଯନ୍ତ୍ରୀ ଉପସ୍ଥିତ ରହି ମରାମତି କାର୍ଯ୍ୟ କରୁଥିବା ଜଣାପଡିଛି। ଏନେଇ ଘଟଣାସ୍ଥଳରେ ଉପସ୍ଥିତ ରହିଥିବା କନିଷ୍ଠ ଯନ୍ତ୍ରୀ ନବ ବେହେରାଙ୍କ ପ୍ରତିକ୍ରିୟା ନେବାରୁ ବେହେରା ନଦୀରେ ପ୍ରବଳ ମାତ୍ରାରେ ପାଣି ପ୍ରବାହିତ ହେବାରୁ ମାଟି ଧୋଇ ରାସ୍ତା ଗୋଟିଏ କଡ଼ରେ ଗର୍ତ୍ତ ହୋଇଛି । ମରାମତି ଚାଲିଛି ସକାଳ ସୁଦ୍ଧା ଯାତାୟାତ ସ୍ବାଭାବିକ ହେବ ବୋଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri