ପାଠପଢ଼ା ସମୟରେ ସ୍କୁଲରେ ପଶିଲା ଭାଲୁ

ନନ୍ଦାହାଣ୍ଡି,୧୩।୭(ଡି.ଏନ.ଏ): ପାଠପଢ଼ା ଚାଲିଥିବା ସମୟରେ ସ୍କୁଲରେ ପଶିଲା ଭାଲୁ। ପ୍ରବଳ ବର୍ଷାରେ ଖାଦ୍ୟ ନ ପାଇ ଭାଲୁ ଗାଁ ମୁହାଁ ହୋଇଥିଲା। ଜଙ୍ଗଲ ନିକଟରେ ସ୍କୁଲ ଥିବା ଦେଖି ସେଠାରେ ପଶି ଆଶ୍ରୟ ନେଇଥିଲା। ନନ୍ଦାହାଣ୍ଡି ବ୍ଲକ ଦହଣା ପଞ୍ଚାୟତ ଅନ୍ତର୍ଗତ ମେରନାସ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଏଭଳି ଘଟଣା ଦେଖିବାକୁ ମିଳିଛି।
ସ୍କୁଲ ପରିସରରେ ଭାଲୁ ଦେଖି ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା। ଖବର ପାଇ ବନ ବିଭାଗ ଟିମ୍‌ ପହଞ୍ଚି ଗତିବିଧି ଉପରେ ନଜର ରଖିଥିଲା। ତେବେ ଭାଲୁଟି ଖାଦ୍ୟ ଖୋଜି ନ ପାଇବା ପରେ ଜଙ୍ଗଲ ମୁହାଁ ହୋଇଥିଲା। ତେବେ ଭାଲୁ ପୁଣି ଫେରିବା ଆଶଙ୍କାରେ ବନ ବିଭାଗ ଟିମ୍‌ ସ୍କୁଲରେ ଦୀର୍ଘ ସମୟ ଧରି ଜଗି ରହିଥିଲେ। ସ୍କୁଲ ସମୟରେ ଭାଲୁ ଆସିବା ଘଟଣାକୁ ନେଇ ଅଭିଭାବକ ଓ ଶିକ୍ଷକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ବିଦ୍ୟାଳୟର ପାଚେରି ନ ଥିବାବେଳେ ପାଖରେ ଜଙ୍ଗଲ ଥିବାରୁ ବନ୍ୟପ୍ରାଣୀ ଚାଲିଆସୁଥିବା ପ୍ରଧାନ ଶିକ୍ଷକ କହିଛନ୍ତି। ତେବେ ପାଚେରି ନିର୍ମାଣ ବିଷୟରେ ସେ କିଛି କହିନାହଁାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri