ରାଷ୍ଟ୍ରପତିଙ୍କ ପଳାୟନ ପରେ ପୁଣି ବିଗିଡ଼ିଲା ଶ୍ରୀଲଙ୍କା ପରିସ୍ଥିତି: ସଂସଦରେ ବିକ୍ଷୋଭକାରୀଙ୍କ ପ୍ରଦର୍ଶନ

କଲମ୍ବୋ,୧୩।୭: ଶ୍ରୀଲଙ୍କାରେ ଆର୍ଥିକ-ରାଜନୈତିକ ସଙ୍କଟ ପରିସ୍ଥିତି ଗଭୀର ହେବାରେ ଲାଗିଛି। ଇତିମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ମଙ୍ଗଳବାର ସପରିବାର ସହ ଦେଶ ଛାଡିଛନ୍ତି। ଏହାକୁ ନେଇ ବୁଧବାର ସକାଳେ ଦେଶରେ ହିଂସା ପୁଣି ଥରେ ଦେଖିବାକୁ ମିଳିଛି। ବହୁ ସଂଖ୍ୟାରେ ବିକ୍ଷୋଭକାରୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବିକ୍ଷୋଭକାରୀମାନେ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେବା ସଂସଦ ଆଡକୁ ମୁହାଁଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଡ଼କୁ ମଧ୍ୟ ଅଗ୍ରସର ହେଉଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କ୍ରୋଧିତ ଜନତାଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ପକ୍ଷରୁ ଲୁହବୁହା ଗ୍ୟାସ ବ୍ୟବହାର କରାଯାଇଛି। ବିକ୍ଷୋଭକାରୀମାନେ ସେନା ଗାଡିକୁ ମଧ୍ୟ ଅଟକାଇ ଦେଇଥିବା ଜଣାପଡ଼ିଛି। ଏହାପୂର୍ବରୁ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପକ୍ସେ ଦେଶ ଛାଡି ମାଳଦ୍ୱୀପରେ ପହଞ୍ଚିଥିବା ନେଇ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ନିଶ୍ଚିତ କରାଯାଇଛି। ଅନ୍ୟପକ୍ଷରେ ବାଚସ୍ପତି କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ପକ୍ଷରୁ ଇସ୍ତଫା ପତ୍ର ପଠାଯାଇନାହିଁ। ତାଙ୍କ ଘୋଷଣା ମୁତାବକ, ବୁଧବାର ଗୋଟବାୟା ଇସ୍ତଫା ଦେବାର ଥିଲା। ଗୋଟାବାୟା କିପରି ଇସ୍ତଫା ନ ଦେଇ ଦେଶ ଛାଡି ଚାଲିଯାଇଛନ୍ତି ସେନେଇ ଜନତା ଅସନ୍ତୋଷ ପ୍ରକାଶ କରିଛନ୍ତି। ଏତଦ୍‌ ବ୍ୟତୀତ ବିକ୍ଷୋଭକାରୀମାନେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେଙ୍କୁ ଦେଶର କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁନାହାନ୍ତି। ପ୍ରକୃତରେ ଶ୍ରୀଲଙ୍କାର ଆଇନ ଅନୁଯାୟୀ, ରାଷ୍ଟ୍ରପତିଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ନିଯୁକ୍ତ କରାଯାଇଥାଏ। କିନ୍ତୁ ଜନସାଧାରଣ ଏବେ ଏହି ନିଷ୍ପତ୍ତି ଉପରେ ଆପତ୍ତି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri