ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କୁ ନେଇ ହୁଲସ୍ତୁଲ ହେଲା ବିଧାନସଭା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀଙ୍କୁ ନେଇ ବିଧାନସଭା ହୁଲସ୍ତୁଲ। ଜୁନ ୫ ତାରିଖ ରାତିରେ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀ କୌଣସି ମହିଳା ପୋଲିସଙ୍କୁ ନ ନେଇ ଗାଁ ଭିତରେ ପଶି ମହିଳାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ବୁଧବାର ଏହାକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହେବାରୁ ଗୃହକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅପରାହ୍ନ ୪ଟା ଯାଏ ମୁଲତବି ଘୋଷଣା କରିଥିଲେ।

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଏସ୍‌ଡିପିଓଙ୍କ ଅତ୍ୟାଚାରରୁ ନାବାଳିକା, ଗର୍ଭବତୀ ବି ବର୍ତ୍ତି ପାରି ନ ଥିବା କହିଛନ୍ତି। ଏଥିସହ ଘଟଣାର ମାଜିଷ୍ଟ୍ରେଟସ୍ତରୀୟ ତଦନ୍ତ ସହ ସଂପୃକ୍ତ ଏସ୍‌ଡିପିଙ୍କୁ ନିଲମ୍ବନ କରିବା ଲାଗି ସେ ଗୃହରେ ଦାବି ଉପସ୍ଥାପନ କରିଛନ୍ତି। ସେହିଭଳି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କ୍ରାଇମବ୍ରାଞ୍ଚ ଦ୍ୱାରା ଏହି ଘଟଣାର ତଦନ୍ତ କରାଇବାକୁ ଦାବି କରିଛନ୍ତି। ସେହିପରି ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏହାର ତଦନ୍ତ ଗୃହ କମିଟି ଓ ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବି କରିଛନ୍ତି। ଅପରପକ୍ଷେ ପ୍ରସଙ୍ଗକୁ ସମର୍ଥନ ଜଣାଇ ତଦନ୍ତ କମିଟି ଗଠନ ପାଇଁ ଦାବି କରିଛି ଭାଜପା। ଏପରିକି ବାଚସ୍ପତିଙ୍କ ରୁଲିଂ ଦାବି କରି କଂଗ୍ରେସ ଓ ଭାଜପା ବିଧାୟକ ଗୃହରେ ହଟ୍ଟଗୋଳ କରିବା ସହ ନାରାବାଜି କରିଥିଲେ। ପରିସ୍ଥିତିକୁ ଦେଖି ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri