ରାଜ୍ୟରେ ୧.୧୦ ଲକ୍ଷ ପରିବାର ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ’ରେ ଉପକୃତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଓ୍ବାନ୍‌ ନେଶନ ଓ୍ବାନ ରାଶନ କାର୍ଡ’ ଯୋଗୁ ଓ ମୋଟ୍‌ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ଏହି ଯୋଜନାରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ସୁବିଧା ପ୍ରଦାନ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।

ବିଧାନସଭାରେ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଖାଦ୍ୟଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୨୧ ଜୁଲାଇ ୨୯ଠାରୁ ଏହି ଯୋଜନା ଓ ଲାଗୁ ହୋଇଛି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ୧୦୫୭୮ଟି ସୁଲଭ ମୂଲ୍ୟ ଦୋକାନ ମାଧ୍ୟମରେ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ସେହିପରି ୫୩୩ ଜଣ ଆନ୍ତଃରାଜ୍ୟ ହିତାଧିକାରୀ ଏହି ଯୋଜନାରେ ଉପକୃତ ହେଉଥିବାବେଳେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କୁ ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ’ ଯୋଜନାର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।

ସୂଚନାଯୋଗ୍ୟ, ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଅନ୍ତର୍ଗତ ମୋଟ୍‌ ୯୩,୧୩,୪୪୮ଟି ପରିବାରକୁ ରାଶନକାର୍ଡ ମିଳିଛି ଓ ୩କୋଟି ୩୩ ଲକ୍ଷ ୨୭ ହଜାର ୨୫୫ ଜଣ ଉପକୃତ ହେଉଛନ୍ତି । ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୨ଲକ୍ଷ ୬୧ହଜାର ୨୨୭ ପରିବାରର ୮ଲକ୍ଷ ୮ହଜାର ୮୦୦ଟି ଜଣ ଯୋଗ୍ୟ ହିତାଧିକାରୀ ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri