Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ବାହାରିଲେ କଂଗ୍ରେସର ବରିଷ୍ଠ ନେତା

ନୂଆଦିଲ୍ଲୀ,୧୪।୭: କଂଗ୍ରେସର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିଛନ୍ତି। ସେ କଂଗ୍ରେସ ହାଇକମାଣ୍ଡଙ୍କୁ ମଧ୍ୟ ସମର୍ଥନ ଦେବାକୁ ପରାମର୍ଶ ଦେଇଛନ୍ତି। ପ୍ରମୋଦ ଟୁଇଟ୍‌ କରି କହିଛନ୍ତି, ପଣ୍ଡିତ ମୋତିଲାଲ ନେହେରୁଙ୍କଠାରୁ ଆଜି ପର୍ଯ୍ୟନ୍ତ କଂଗ୍ରେସ ସର୍ବଦା ଶୋଷିତ, ବଞ୍ଚିତ ତଥା ଆଦିବାସୀମାନଙ୍କ ସହ ଛିଡା ହୋଇଛି, ରାଷ୍ଟ୍ରପତି ନିର୍ବାଚନରେ ଆଦିବାସୀ ମହିଳା ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିରୋଧ କରିବା ମୋ ବିଚାରରେ ଆଦୌ ଉଚିତ୍‌ ନୁହେଁ। ଦଳର ହାଇକମାଣ୍ଡ ସମର୍ଥନ ନିଷ୍ପତ୍ତି ଉପରେ ପୁନର୍ବିଚାର କରିବା ଉଚିତ୍‌।
ସୂଚନାଯୋଗ୍ୟ, ଆଜି କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ୧୦ ଜନପଥରେ କଂଗ୍ରେସର ବରିଷ୍ଠ ନେତାଙ୍କ ବୈଠକ ଡାକିଛନ୍ତି। ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ବ୍ୟତୀତ ଏହି ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। କଂଗ୍ରେସ ବୈଠକ ପୂର୍ବରୁ ପ୍ରମୋଦ କ୍ରିଷ୍ଣମଙ୍କ ଏହି ଟୁଇଟ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଧରି ସ୍ବାମୀଙ୍କୁ ହଇରାଣ କରିପାରିବେନି ମହିଳା

ନୂଆଦିଲ୍ଲୀ,୮ା୫: ସ୍ବାମୀ ଓ ଶାଶୁଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର...

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri