ଅଧାରୁ ଅଟକିଲା ବୈଠକ, ଦରମା ବନ୍ଦ ନିର୍ଦ୍ଦେଶ

ବରଗଡ଼ ଅଫିସ୍‌,୧୫।୭: ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ସନ୍ଧ୍ୟା ୫ଟାରେ ଖରିଫ୍‌-୨୦୨୨ ପାଇଁ ଜିଲା କୃଷି ନିର୍ଦ୍ଧାରଣ ବୈଠକରେ ଜିଲାପାଳ ମୋନିଷା ବାନାର୍ଜୀ ଉପସ୍ଥିତ ଅଧିକାରୀଙ୍କୁ ତାଗିଦ୍‌ କରିବା ଏବଂ ବୈଠକ ଅଧାରୁ ଅଟକିଯିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। କେବଳ ସେତିକି ନୁହେଁ, ଜିଲାପାଳ ବାନାର୍ଜୀ ବୈଠକରେ ଅନୁପସ୍ଥିତ କର୍ମଚାରୀ ଏବଂ ଠିକ୍‌ ତଥ୍ୟ ଦେଇ ପାରି ନଥିବା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପୁଣି ଆସନ୍ତା ୨୨ତାରିଖ ସନ୍ଧ୍ୟା ୫ଟାରେ ଉକ୍ତ ବୈଠକ ହେବ ବୋଲି ସୂଚନା ଦିଆଯାଇଛି ।

ପ୍ରକାଶ ଯେ, ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଉକ୍ତ ବୈଠକ ଆରମ୍ଭ ହୋଇଥିଲା। ବୈଠକରେ ଜିଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ କୁମାର ମହାରଣାଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ । କିଛି କର୍ମଚାରୀ ବୈଠକକୁ ଆସି ନ ଥିଲେ । ତେବେ ବୈଠକ ଆରମ୍ଭ ହେବା ପରେ ଜିଲାପାଳ ବାନାର୍ଜୀ ଉପସ୍ଥିତ କୃଷି ଅଧିକାରୀଙ୍କୁ କୃଷି ସମ୍ପର୍କୀତ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। କେତେକ ଅଧିକାରୀ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ । ଏପରିକି ଭୁଲ ତଥ୍ୟ ଦେଇଥିବା ଜିଲାପାଳଙ୍କ ନଜରକୁ ଆସିଥିଲା। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗୀୟ ଅଧିକାରୀ ଠିକ୍‌ ତଥ୍ୟ ଦେଇ ନ ପାରିବା ଏବଂ ଅନେକ ବିଭାଗୀୟ କର୍ମଚାରୀ ଅନୁପସ୍ଥିତ ରହିବା ଜାଣି ଜିଲାପାଳ ବାନାର୍ଜୀ ସମ୍ପୃକ୍ତ ଅଧିକାରୀଙ୍କ ଉପରେ ବର୍ଷିଥିଲେ । ଏହା ସହିତ ସମ୍ପୃକ୍ତ କୃଷି ଅଧିକାରୀ, କର୍ମଚାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଇ ବୈଠକରୁ ଉଠି ଯାଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri