ଭୁବନେଶ୍ୱରରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଶୁକ୍ରବାରଠାରୁ ବୁଷ୍ଟର ଡୋଜ୍‌ ଆରମ୍ଭ ହୋଇଛି। ୧୮ରୁ ୫୯ବର୍ଷ ବର୍ଗର ହିତାଧିକାରୀମାନେ ମାଗଣାରେ ଏହି ପ୍ରିକସନ ଡୋଜ ନେଇପାରିବେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ପ୍ରଥମ ଦିନରେ ରାଜଧାନୀରେ ୩ହଜାର ୮୯୦ଜଣ ହିତାଧିକାରୀ ବୁଷ୍ଟର ଡୋଜ୍‌ ନେଇଛନ୍ତି। ଏଥିପାଇଁ ବିଏମ୍‌ସି ପକ୍ଷରୁ ଚିହ୍ନଟ ହୋଇଥିବା ୧୨ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣ ହୋଇଥିଲା। ୟୁନିଟ-୪ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି କାର୍ଯ୍ୟକ୍ରମକୁ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ। ରାଜଧାନୀରେ କରୋନା ସଂକ୍ରମଣ ବଢୁଥିବାରୁ ବିଏମ୍‌ସି ପକ୍ଷରୁ ଅଧିକ ଗୁରୁତ୍ୱାରୋପ କରାଯାଉଛି। ରାଜଧାନୀରେ କ୍ୟାମ୍ପେନ ମୋଡ୍‌ରେ ଟିକାକରଣ କରାଯିବ। ଏଥିସହ ଟେଷ୍ଟିଂକୁ ବୃଦ୍ଧି କରାଯିବ। ଏବେ ଦୈନିକ ୩ହଜାର ଟେଷ୍ଟିଂ କରାଯାଉଥିବାବେଳେ ଏହାକୁ ଦ୍ୱିଗୁଣିତ କରିବାକୁ ଚେଷ୍ଟା କରାଯାଉଥିବା ବିଏମ୍‌ସି କମିଶନର କହିଛନ୍ତି। ଏଥିସହିତ ଭୁବନେଶ୍ବରରେ କୋଭିଡ ନିୟନ୍ତ୍ରଣ ଲାଗି ସଚେତନତା ଓ ଏନଫୋର୍ସମେଣ୍ଟକୁ ଗୁରୁତ୍ୱ ଦିଆଯାଉଛି। ଓ୍ବାର୍ଡ ସ୍ତରରେ କର୍ପୋରେଟର, ଓ୍ବାର୍ଡ ଅଫିସର ଏବଂ ନାଗରିକଙ୍କୁ ନେଇ ସ୍ବତନ୍ତ୍ର କମିଟି ଗଠନ କରି ସ୍ବତନ୍ତ୍ର ରଣନୀତି ଆପଣାଯାଉଛି। ସେହିପରି ଗହଳି ହେଉଥିବା ସ୍ଥାନ, ହାଟ, ବଜାର, ମଲ ଆଦିରେ ଗହଳି ନ କରିବାକୁ ଲୋକଙ୍କୁ ସଚେତନ କରାଯାଉଛି।
ବିନା ମାସ୍କରେ କାହାକୁ ପ୍ରବେଶ କରିବା ପାଇଁ ନ ଦେବାକୁ ସବୁ ଶପିଂ ମଲ, ବ୍ୟବସାୟୀଙ୍କୁ କୁହାଯାଇଛି। ଏହାକୁ ଆହୁରି କଡ଼ାକଡ଼ି ଭାବେ ମନିଟରିଂ କରାଯିବ। କରୋନା ପଜିଟିଭ୍‌ ଚିହ୍ନଟ ହେଲେ ପ୍ରଥମେ ହୋମ ଆଇସୋଲେଶନ ଓ ଆବଶ୍ୟକ ପଡ଼ିଲେ ହସ୍ପିଟାଲାଇଜେଶନ କରାଯିବ। ସମସ୍ତେ ମିଳିମିଶି କୋଭିଡ୍‌ ସଂକ୍ରମଣକୁ କମାଇପାରିବା ବୋଲି ବିଏମ୍‌ସି କମିଶନର କହିଛନ୍ତି। ୭୫ ଦିନ ଧରି ଏହି ବୁଷ୍ଟର ଡୋଜ୍‌ ପ୍ରଦାନ କରାଯିବ। ପ୍ରତ୍ୟେକ ଦିନ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଟିକାକରଣ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri