ଭାଲୁ ଆକ୍ରମଣରେ ୩ ମୃତ, ୨ ଗୁରୁତର, ୪ ଲକ୍ଷ ଲେଖାଏଁ କ୍ଷତିପୂରଣ

ଖଡ଼ିଆଳ,୧୬।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଲଖ୍‌ନା ଥାନା ଅନ୍ତର୍ଗତ ସମରସିଂ ଗ୍ରାମ ନିକଟ ଜଙ୍ଗଲରେ ଶୁକ୍ରବାର ଭାଲୁ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ସମରସିଂ ଗ୍ରାମର ରବି ରଣା(୩୦), ନକୁଳ ମାଝି (୫୮) ଓ ରତନ ମାଝି (୬୨)। ଆହତମାନେ ହେଲେ ପରମେଶ୍ୱର ମାଝି(୫୦) ଓ କୁନା ମାଝି(୩୨)।

ଶୁକ୍ରବାର ସକାଳୁ ସେମାନେ ଉକ୍ତ ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ଘରକୁ ନ ଫେରିବାରୁ ପରିବାର ଲୋକେ ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ। ଖୋଜିବା ସମୟରେ ଗ୍ରାମବାସୀ ୩ ଜଣଙ୍କ ମୃତଦେହ ଠାବ କରିଥିଲେ। ଏହି ସମୟରେ ଏକ ଭାଲୁ ଅତର୍କିତ ଭାବେ ଗ୍ରାମବାସୀଙ୍କୁ ଆକ୍ରମଣ କରିଥିଲା। ଫଳରେ ସେମାନଙ୍କ ମଧ୍ୟରୁ ୨ଜଣ ଗୁରୁତର ହୋଇଥିଲେ। ଆତ୍ମରକ୍ଷା ପାଇଁ ଗ୍ରାମବାସୀ ମିଳିତ ଆକ୍ରମଣ କରିବାରୁ ଭାଲୁଟିର ମୃତ୍ୟୁ ଘଟିଛି।

ବନ ବିଭାଗ କର୍ମଚାରୀ ଶନିବାର ସକାଳେ ମୃତ ଭାଲୁକୁ ଉଦ୍ଧାର କରି ବନଖଣ୍ଡ କାର୍ଯ୍ୟାଳୟକୁ ଆଣିଥିଲେ। ଜିଲା ପ୍ରାଣୀ ଚିକିତ୍ସାଳୟ ଉପ ନିର୍ଦ୍ଦେଶକ ବସନ୍ତ କୁମାର ଧଳଙ୍କ ଉପସ୍ଥିତିରେ ଭାଲୁଟିର ବ୍ୟବଚ୍ଛେଦ କରାଯାଇଥିଲା। ପରେ କାର୍ଯ୍ୟାଳୟ ପରିସରରେ ମୃତ ଭାଲୁକୁ ପୋତି ଦିଆଯାଇଛି। ଭାଲୁର ବୟସ ୧୦ ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ମୃତକଙ୍କ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଛି। ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯିବ ବୋଲି ବନଖଣ୍ଡ ଅଧିକାରୀ ସୁଶୀଲ କୁମାର ତ୍ରିପାଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri