ଯଶଓ୍ବନ୍ତଙ୍କୁ ଭୋଟ ଦେବ କଂଗ୍ରେସ

ଭୁବନେଶ୍ବର, ୧୭।୭(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ବିଧାୟକ ଏବଂ ଏମ୍‌ପି ଭୋଟ ଦେବେ। ଏନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକମାନଙ୍କୁ ପିସିସି ସଭାପତି ସାକ୍ଷାତ କରିଛନ୍ତି। ଦିଲ୍ଲୀରେ ହାଇକମାଣ୍ଡ ଶୁଣାଇଥିବା ନିଷ୍ପତ୍ତି ସମ୍ପର୍କରେ ସେ ବିଧାୟକମାନଙ୍କୁ ଅବଗତ କରାଇଛନ୍ତି। ଯଶଓ୍ବନ୍ତ ହାରନ୍ତୁ ବା ଜିତନ୍ତୁ ତାଙ୍କୁ ଭୋଟ ଦିଆଯିବ ବୋଲି କଂଗ୍ରେସ ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ନିର୍ବାଚନ ଲାଗି ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଓ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ କଂଗ୍ରେସର ଏଜେଣ୍ଟ ଭାବେ ନିଯୁକ୍ତ କରାଯାଇଛନ୍ତି। ତେବେ ଏନ୍‌ଡିଏ ପ୍ରାର୍ଥୀ ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଶାସକ ବିଜେଡି ସମର୍ଥନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ବିଧାୟକ ଏବଂ ଏମ୍‌ପିଙ୍କୁ ଦ୍ରୌପଦୀଙ୍କୁ ଭୋଟ ଦେବା ନେଇ ନିର୍ଦ୍ଦେଶ ଦେଇସାରିଛନ୍ତି। ଅନ୍ୟପଟେ ଏନେଇ ମୁଖ୍ୟମନ୍ତ୍ରୀ ଶନିବାର ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଲୋକ ସଭା ଏବଂ ରାଜ୍ୟ ସଭା ସଦସ୍ୟମାନଙ୍କ ସହ କରିଛନ୍ତି।
ନିକଟରେ ଓ଼ଡିଶାର ଦୁଇ ଭାଜପା ବିଧାୟକ ମୁକେଶ ମହାଲିଙ୍ଗ ଏବଂ ନାଉରି ନାଏକ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଯେପରି କ୍ରସ୍‌ ଭୋଟିଂ ନ ହୁଏ ସେନେଇ କେନ୍ଦ୍ରରେ ହୋଇଥିବା ଏକ ଟ୍ରେନିଂ କ୍ୟାମ୍ପରେ ସାମିଲ ହୋଇଥିଲେ। ଶନିବାର ଏବଂ ରବିବାର ଆଉ ଏକ ଟ୍ରେନିଂ କ୍ୟାମ୍ପ ଦିଲ୍ଲୀରେ ଭାଜପା ପକ୍ଷରୁ ଆରମ୍ଭ ହୋଇଛି। ସେଥିରେ ଭାଜପାର ସମସ୍ତ ଏମ୍‌ପି ସାମିଲ ହେଉଥିବା ଜଣାପଡ଼ିଛି। ଅନ୍ୟପଟେ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ଆସନ୍ତା ୧୮ରେ ରାଷ୍ଟ୍ରପତି ନିର୍ବାଚନ ହେବ। ଏହି ଅବସରରେ ଭାଜପା ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ରବିବାର ଓଡ଼ିଶାର ସମସ୍ତ ମନ୍ଦିର, ଦେବସ୍ଥାନ, ପୂଜାସ୍ଥଳୀରେ ପୂଜା ଅର୍ଚ୍ଚନା କରି ବିଜୟ କାମନା କରିବ। ଦଳର ସମସ୍ତ ବରିଷ୍ଠ ନେତୃବୃନ୍ଦ, ବିଧାୟକ, ଏମ୍‌ପି, ବିଧାୟକ ପ୍ରାର୍ଥୀ, ଏମ୍‌ପି ପ୍ରାର୍ଥୀ, ରାଜ୍ୟ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ସହ ପୂଜାର୍ଚ୍ଚନା କରି ଭଗବାନକୁ ପ୍ରାର୍ଥନା କରିବାକୁ ସେ କହିଛନ୍ତି। ଅନ୍ୟପଟେ ଶନିବାର କ୍ରସ୍‌ ଭୋଟିଂ ନ ହେବା ଲାଗି ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଏକ ମକ୍‌ଡ୍ରିଲ୍‌ ଅନୁଷ୍ଠିତ ହୋଇଯାଇଛି। ମୁକେଶ ମହାଲିଙ୍ଗଙ୍କୁ ଭାଜପାର ନିର୍ବାଚନ ଏଜେଣ୍ଟ କରାଯାଇଛି। ସେହିପରି ବିଜେଡ଼ି ମଧ୍ୟ କ୍ରସ ଭୋଟିଂ ରୋକିବାକୁ ବିଧାନସଭାରେ ଏକ ମକ୍‌ଡ୍ରିଲ କାର୍ଯ୍ୟକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri