ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଏସ୍‌ଟିଏଫ୍‌ର ଚଢ଼ାଉ

ଖୋର୍ଦ୍ଧା ଅଫିସ,୧୭।୭: ଖୋର୍ଦ୍ଧା ଟାଉନ ଥାନା ଅଧୀନ ଶିଳ୍ପାଞ୍ଚଳରେ ଶନିବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କ ଫୋର୍ସ) ଟିମ୍‌ ଚଢ଼ାଉ କରି ୭୩୦.୩୩ ଏମ୍‌ଟି କ୍ରୋମାଇଟ, ୨୭୮.୫୨ ଏମଟି ହାର୍ଡକୋକ୍‌, ଜେସିବି ମେଶିନ ଓ ୪୪ ହଜାର ୫ଶହ ଟଙ୍କା ଜବତ କରିଛି। ଏଥିରେ ସମ୍ପୃକ୍ତି ନେଇ ଖୋର୍ଦ୍ଧା ବିଡିଏ କଲୋନୀର ସନ୍ଦୀପ ପାଢୀ ଏବଂ ଢେଙ୍କାନାଳ ଜିଲା ତରଭା ଅଞ୍ଚଳର ରାଜେନ୍ଦ୍ର ପ୍ରସାଦ ବେହେରାଙ୍କୁ ଅଟକ ରଖାଯାଇ ତଦନ୍ତ ଜାରି ରହିଥିବା ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଟାଉନ ଥାନାରେ ଦଫା ୩୭୯/୪୧୧/ ୪୧୩/୧୨୦(ବି) /ଆଇପିସି ଆର/ଡବ୍ଲ୍ୟୁ.୨୧ ଏମଏମଡିଆର ଆକ୍ଟରେ ଏକ ମାମଲା(ନଂ.୩୫୦/୨୨) ରୁଜୁ ହୋଇଛି। ସୂଚନା ମୁତାବକ, ଗୋଇନ୍ଦା ରିପୋର୍ଟକୁ ଆଧାର କରି ଏସଟିଏଫ୍‌ ସ୍ଥାନୀୟ ପୋଲିସ ସହାୟତାରେ ଶିଳ୍ପାଞ୍ଚଳରେ ଚଢ଼ାଉ କରିଥିଲା। ତେବେ ଚଢ଼ାଉ ବେଳେ ବିପୁଳ ପରିମାଣର କ୍ରୋମାଇଟ ଏବଂ ହାର୍ଡକୋକ୍‌ ଜବତ କରିଥିଲା। ତେବେ ଏତେ ପରିମାଣର କ୍ରୋମାଇଟ ଏଠାକୁ କିପରି ଆସିଲା, ଏହି କାରବାର ପଛରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ତାହାର ଖୋଳତାଡ଼ କରୁଛି ଏସ୍‌ଟିଏଫ୍‌। ଅନ୍ୟପଟେ ଖୋର୍ଦ୍ଧାରେ ବ୍ରାଉନସୁଗାର ପରେ ବିପୁଳ ପରିମାଣର କ୍ରୋମାଇଟ ଜବତକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗଁାରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri