Odisha Elections 2024
Posted inଜାତୀୟ

ଆଜି ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୧୮ା୭: ଭାରତର ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେଉଥିବା ଏହି ବହୁପ୍ରତୀକ୍ଷିତ ନିର୍ବାଚନ ଲାଗି ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଝାଡ଼ଖଣ୍ଡର ପ୍ରାକ୍ତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଦଳଗୁଡ଼ିକ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ବନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରିଛନ୍ତି। ଦ୍ରୌପଦୀଙ୍କ ସପକ୍ଷରେ ୬୦%ରୁ ଊର୍ଦ୍ଧ୍ୱ ଭୋଟ ଥିବାରୁ ତାଙ୍କ ବିଜୟ ସମ୍ଭାବନା ଉଜ୍ଜ୍ୱଳ ରହିଛି। ପାର୍ଲାମେଣ୍ଟ ହାଉସ୍‌ ଏବଂ ବିଧାନସଭାଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏଥିପାଇଁ ବାଲଟ୍‌ ବାକ୍ସ ପହଞ୍ଚତ୍ସାରିଛି ଏବଂ ଭୋଟିଂ ଲାଗି ସବୁ ପ୍ରକାର ବନ୍ଦୋବସ୍ତ ହୋଇଛି। ଜୁଲାଇ ୨୧ (ଗୁରୁବାର)ରେ ଭୋଟ ଗଣତି କରାଯିବ।
ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବ। ନୂଆ ରାଷ୍ଟ୍ରପତି ୨୫ ତାରିଖରେ ଶପଥ ନେବେ। ତେଣୁ ସମ୍ବିଧାନର ଅନୁଚ୍ଛେଦ ୫୫ ଅନୁସାରେ ସୋମବାର ଭାରତର ପ୍ରଥମ ନାଗରିକଙ୍କୁ ବାଛିବା ପାଇଁ ନିର୍ବାଚନ କରାଯିବ। ଏଥିରେ ଇଲେକ୍ଟୋରାଲ କଲେଜ (ବିଧାନ ମଣ୍ଡଳୀ)ର ପ୍ରାୟ ୪,୮୦୯ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ମତଦାନ କରିବେ। ସେମାନଙ୍କ ମଧ୍ୟରେ ରାଜ୍ୟ ସଭାର ୨୩୩ ଓ ଲୋକ ସଭାର ୫୪୩ ସଦସ୍ୟ ଅଛନ୍ତି। ସେହିପରି ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀ ଓ ପଣ୍ଡିଚେରୀ ବିଧାନସଭାର ସଦସ୍ୟଙ୍କ ସଂଖ୍ୟା ହେଉଛି ୪୦୩୩। ବିଧାୟକମାନଙ୍କ ଭୋଟ ମୂଲ୍ୟ ସମ୍ପୃକ୍ତ ରାଜ୍ୟ ବା କେନ୍ଦ୍ରଶାସିତ ଅଞ୍ଚଳର ଜନସଂଖ୍ୟା ଆଧାରରେ ସ୍ଥିର କରାଯାଇଥାଏ। ଉତ୍ତର ପ୍ରଦେଶ ବିଧାୟକଙ୍କ ଭୋଟ ମୂଲ୍ୟ ୪୦୩ ରହିଥିବାବେଳେ ସିକିମ ଏମ୍‌ଏଲ୍‌ଏଙ୍କ ଭୋଟ ମୂଲ୍ୟ ହେଉଛି ୭। ଜମ୍ମୁ-କଶ୍ମୀର ବିଧାନସଭା ଭଙ୍ଗ ହୋଇଥିବାରୁ ପ୍ରତ୍ୟେକ ଏମ୍‌ପିଙ୍କ ଭୋଟ ମୂଲ୍ୟ ୭୦୮ରୁ ୭୦୦କୁ ଖସିଛି। ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମେତ ଓ୍ବାଇଏସ୍‌ଆର୍‌ସିପି, ବିଏସ୍‌ପି, ଏଆଇଏଡିଏମ୍‌କେ, ଟିଡିପି, ଜେଡିଏସ୍‌, ଶିରୋମଣି ଅକାଳୀ ଦଳ, ଶିବସେନା ଏବଂ ଜେଏମ୍‌ଏମ୍‌ ସମର୍ଥନ ଘୋଷଣା କରିଛନ୍ତି। ଇଲେକ୍ଟୋରାଲ କଲେଜର ମୋଟ ଭୋଟ ସଂଖ୍ୟା ୧୦,୮୬,୪୩୧ ଥିବାବେଳେ ତହିଁରୁ ଦ୍ରୌପଦୀଙ୍କୁ ୬.୬୭ ଲକ୍ଷରୁ ଅଧିକ ଭୋଟ ମିଳିପାରେ। ଏପରି ହେଲେ ପ୍ରାୟ ଦୁଇ-ତୃତୀୟାଂଶ ଭୋଟ ସହ ଦ୍ରୌପଦୀ ପ୍ରଥମ ଆଦିବାସୀ ମହିଳା ରୂପେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରିବେ। ସେହିପରି ସେ ସ୍ବାଧୀନୋତ୍ତର ଭାରତରେ ଜନ୍ମିତ ପ୍ରଥମ ରାଷ୍ଟ୍ରପତି ହେବାର ସୌଭାଗ୍ୟ ମଧ୍ୟ ଲାଭ କରିବେ। ଅନ୍ୟପକ୍ଷେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଯଶଓ୍ବନ୍ତ ସିହ୍ନାଙ୍କୁ କଂଗ୍ରେସ, ଡିଏମ୍‌କେ, ଏଆଇୟୁଏମ୍‌ଏଲ୍‌, ଆର୍‌ଜେଡି ଏବଂ ଏଏପି ଭଳି ବିରୋଧୀ ଦଳଗୁଡ଼ିକ ସମର୍ଥନ କରିବାକୁ ଘୋଷଣା କରିଛନ୍ତି। ଦ୍ରୌପଦୀଙ୍କ ବିଜୟ ଏକପ୍ରକାର ନିଶ୍ଚିତ ଥିଲେ ମଧ୍ୟ ଗଣତାନ୍ତ୍ରିକ ବ୍ୟବସ୍ଥା ଅନୁସାରେ ବିରୋଧୀ ତାଙ୍କୁ ପ୍ରାର୍ଥୀ କରିଛନ୍ତି। ସୋମବାର ହେବାକୁ ଥିବା ଭୋଟ ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି।...

ମୋଦିଙ୍କ ହିନ୍ଦୁ-ମୁସଲମାନ ପ୍ରସଙ୍ଗକୁ କଡ଼ା ସମାଲୋଚନା କଲେ ମେନକା ଗାନ୍ଧୀ, କହିଲେ …

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସୁଲତାନପୁର ଆସନରୁ ମେନକା ଗାନ୍ଧୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିତର୍କ ହେଲେ ରାହୁଲ ପଚାରିବେ ଏହି ୬ପ୍ରଶ୍ନ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୫: କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ବିତର୍କ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ ସ୍ବୀକାର କରିଥିଲେ। ଯାହା ଖୁବ୍‌...

ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ

ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri