Posted inଖେଳ

୩ ବର୍ଷର ବ୍ୟବଧାନ ପରେ ଦୁରାଣ୍ଡ କପ୍‌

କୋଲକାତା, ୧୮।୭- ବିଶ୍ୱର ୩ୟ ତଥା ଏସିଆର ସର୍ବପୁରାତନ ଫୁଟ୍‌ବଲ ଟୁର୍ନାମେଣ୍ଟ ଦୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣ ଅଗଷ୍ଟ ୨ରୁ ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମଠାରେ ଆରମ୍ଭ ହେବ। ଉଦ୍‌ଘାଟନୀ ଦିବସରେ କୋଲକାତାର ଦୁଇ ଜଣାଶୁଣା କ୍ଲବ ମୋହନ ବାଗାନ ଓ ମହମ୍ମଦାନ ସ୍ପୋର୍ଟିଂ ପରସ୍ପରକୁ ଭେଟିବ। ତିନି ବର୍ଷର ବ୍ୟବଧାନ ପରେ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପୁଣିଥରେ ଆରମ୍ଭ ହୋଇଛି। ଶେଷଥର ପାଇଁ ୨୦୧୬ରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଥିଲା। ଏଥିରେ ନେରୋକା ଏଫ୍‌ସିକୁ ପରାସ୍ତ କରି ଆର୍ମି ଗ୍ରୀନ୍‌ ଟାଇଟଲ୍‌ ବିଜୟୀ ହୋଇଥିଲା। ଚଳିତଥର ଆଇ-ଲିଗ୍‌ ଓ ଆଇଏସ୍‌ଏଲ୍‌କୁ ମିଶାଇ ମୋଟ୍‌ ୧୬ ଟିମ୍‌ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଛନ୍ତି। ଚାମ୍ପିୟନ ଦଳକୁ ୪୦ ଲକ୍ଷ ଏବଂ ରନର୍ସଅପ୍‌ ଦଳକୁ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିଭଳି ସେମିଫାଇନାଲରୁ ବିଦାୟ ନେଇଥିବା ଦୁଇ ଦଳ ୫ ଲକ୍ଷ ଲେଖାଏ ଟଙ୍କା ପାଇବେ। ୧୮୮୮ରେ ପ୍ରଥମଥର ଲାଗି ଆର୍ମି କପ୍‌ ଭାବେ ଏହି ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। ପରେ ଏଥିରେ ଅନ୍ୟସବୁ କ୍ଲବକୁ ଖେଳିବାର ସୁଯୋଗ ମିଳିଥିଲା। ଦୁରାଣ୍ଡ କପ୍‌ ଇତିହାସରେ ସଫଳ ଦଳ ଭାବେ ଇଷ୍ଟ ବେଙ୍ଗଲ ଓ ମୋହନ ବାଗାନ ୧୬ଥର ଲେଖାଏ ଟାଇଟଲ୍‌ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri