ଚୁଡ଼ା,ମୁଢ଼ି ଉପରେ ଜିଏସଟିକୁ ବିରୋଧ, ଗ୍ରାହକଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍‌ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା । ଏହାକୁ ଗୁରୁତ୍ୱର ସହ ନେଇ ତୁରନ୍ତ ଜିଏସ୍‌ଟି ହଟାଇବାକୁ କଂଗ୍ରେସ ଦାବି କରିଛି। ଏ ନେଇ ବିଧାୟକ ତାର ପ୍ରସାଦ ବାହିନୀପତି କହିଛନ୍ତି, ଏହା ଗରିବଙ୍କ ପେଟରେ ଲାତ। ଏହା ଉପରେ କମିଟି ହେଉ। ଜିଏସ୍‌ଟି କମିଶନ ଓ ପ୍ରଧାନମନ୍ତ୍ରୀଙ୍କୁ କମିଟି ଭେଟୁ।
ଅନ୍ୟପକ୍ଷେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି କେନ୍ଦ୍ର ସରକାର ଏହାଉପରେ ଜିଏସ୍‌ଟି ଲଗାଉଛନ୍ତି ତେବେ ରାଜ୍ୟ ସରକାର ଏହାକୁ ଓଡ଼ିଶାରେ ନଲଗାନ୍ତୁ। ଯଦି ରାଜ୍ୟ ସରକାର ଲାଗୁ କରିବେ ତେବେ ନିଜ ତାହାରୁ ବହନ କରନ୍ତୁ ବୋଲି ସୁର ଦାବି କରିଛନ୍ତି। ଏହାକୁ ପ୍ରତ୍ୟାହାର କରାଯାଉ ବୋଲି ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ ଦାବି କରିଛନ୍ତି।
ଏତଦ ବ୍ୟତୀତ ବିଜେଡି ବିଧାୟକ ଅମର ଶତପଥୀ ମଧ୍ୟ ଚୁଡ଼ା, ମୁଢ଼ି, ଉଖୁଡା ଓ ଦହି ଭଳି ସାମଗ୍ରୀରେ ଜିଏସ୍‌ଟ ଲଗାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବିଷୟ ବୋଲି କହିଛନ୍ତି। ଏସବୁ ଖାଦ୍ୟ ପଦାର୍ଥରୁ ଜିଏସ୍‌ଟି ହଟାଇବାକୁ ଦାବି କରିବା ସହ ଗୃହରେ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ ବୋଲି ଦାବି କରିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ଜିଏସ୍‌ଟି ଉପରେ ରାଜ୍ୟ ସରକାର କିଛି କରିପାରିବେ ନାହିଁ। ଏହି ଜିଏସ୍‌ଟି କେବଳ କମ୍ପାନୀମାନଙ୍କରେ ହେଉଥିବା ପ୍ୟାକେଟ୍‌ ଉପରେ ଲାଗୁହେବ। ଗ୍ରାମାଞ୍ଚଳରେ ବିକ୍ରି ହେଉଥିବା ଖୁଚୁରା ବ୍ୟବସାୟୀ କିମ୍ବା ଗ୍ରାହକଙ୍କ ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri