ଫନୀ ପରେ ତାତି ଭୟ

ଆରଡ଼ି, ୧୧।୫ (ଡି.ଏନ.ଏ.) – ଫନୀ ପରେ ଏବେ ଖରା ତାତି ଭୟ। ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ। ଗରମରେ ସିଝୁଛନ୍ତି ଲୋକେ। କେହି ଘରୁ ବାହାରୁ ନାହାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଓ ଏହାର ଆଖପାଖ ଅଞ୍ଚଳରେ ଅଂଶୁଘାତ ଭୟ ଦେଖାଦେଇଛି। ଗୁରୁବାର ଓ ଶୁକ୍ରବାର ଏସବୁ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଥିଲା। ଫଳରେ ସକାଳ ପ୍ରାୟ ୯ଟାଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାସ୍ତାଘାଟ ଶୂନ୍‌ଶାନ ହୋଇଯାଇଥିଲା। ବାତ୍ୟା ‘ଫନୀ’ ତାଣ୍ଡବ ପରେ ପ୍ରବଳ ଗ୍ରୀଷ୍ମପ୍ରବାହ ଏଠାକାର ଅଧିବାସୀଙ୍କୁ ହନ୍ତସନ୍ତ କରୁଛି। ଫନୀ କ୍ଷୟକ୍ଷତି ଆକଳନ ପାଇଁ ତହସିଲ କର୍ମଚାରୀ ଗଁା ଗଁା ବୁଲୁଥିଲେ ମଧ୍ୟ ଲୋକେ ଘରୁ ବାହାରିବାକୁ ନାରାଜ ହେଉଛନ୍ତି। ଆଖଣ୍ଡଳମଣି ପୀଠ ଆରଡ଼ିକୁ ଯାତ୍ରୀମାନେ ପୂର୍ବଭଳି ଆଉ ଆସୁ ନ ଥିବା ପରିଲକ୍ଷିତ ହୋଇଛି। ସେହିପରି ଭଦ୍ରକରୁ ଆରଡ଼ି ବସ୍‌ ଚଳାଚଳରେ ମଧ୍ୟ ବାଧା ଉପୁଜିଛି। 

ଆରଡ଼ି ସମେତ ମଠଡିହ, ଦୋହରାପାଟଣା ସୁନ୍ଦରପୁର, ବେତାଳିଗଁା, ରଇପୁର, କଣ୍ଟିକା, ବାଙ୍କସାହି ଆଦି ବଜାରରେ ଅଧିକାଂଶ ଦୋକାନ ଖରା ଯୋଗୁ ବନ୍ଦ ରହୁଥିବା ଦେଖିବାକୁ ମିଳୁଛି। ଏସବୁ ଅଞ୍ଚଳରେ ବାତ୍ୟାରେ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଥିବାରୁ ଅଦ୍ୟାବଧି କେତେକ ଗଁା ଅନ୍ଧାରରେ ରହିଛି। ଏହିସବୁ ଗଁାରେ ପାନୀୟଜଳର କୃତ୍ରିମ ଅଭାବ ଜନଜୀବନକୁ ବ୍ୟତିବ୍ୟସ୍ତ କରିଦେଉଛି। ବିଦ୍ୟୁତ୍‌ ସଜଡ଼ା ହେଉଥିବାରୁ ବାରମ୍ବାର ବିଦ୍ୟୁତ୍‌ କାଟ୍‌ ମଧ୍ୟ ସମସ୍ୟାକୁ ବହୁଗୁଣିତ କରିଛି। ରାତିରେ ମଧ୍ୟ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ଅଂଶୁଘାତ   ସମ୍ପର୍କିତ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହେଉଛି। ଏପରିକି ଏଠାରେ ଅଂଶୁଘାତ ନେଇ ସତର୍କ ସୂଚନା ମଧ୍ୟ ଦିଆଯାଇ ନ ଥିବା କୁହାଯାଉଛି। ଆଉ ଦିନେ କି ଦୁଇଦିନ ସମ୍ପୃକ୍ତ ଅଞ୍ଚଳରେ ଏଭଳି ସ୍ଥିତି ଲାଗିରହିଲେ ଅଂଶୁଘାତଜନିତ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏ ଦିଗରେ ଜିଲା ପ୍ରଶାସନ ଗୁରୁତ୍ୱ ଦେବାକୁ ଦାବି ହେଉଛି। 


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri