ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଭାଲୁ ସଙ୍ଗେ ଲଢ଼ିଲେ ସ୍ବାମୀ

ଅନୁଗୋଳ ଅଫିସ,୧୯ା୭:ସ୍ତ୍ରୀଙ୍କ ଜୀବନ ରକ୍ଷା କରିବାକୁ ଭାଲୁ ସହ ଲଢ଼େଇ କରିଛନ୍ତି ସ୍ବାମୀ। ଏଥିରେ ସ୍ବାମୀ ସାମାନ୍ୟ ଆହତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୋମବାର ଭୋର ସମୟରେ ଅନୁଗୋଳ ଜିଲା ଗୋପାଳପ୍ରସାଦ ଫାଣ୍ଡି ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, କୁମୁଣ୍ଡା ଗ୍ରାମର ଜାନକୀ ସାହୁ ଭୋର୍‌ ସମୟରେ ଘର ପାଖ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ମା’ ଓ ୨ଟି ଛୁଆ ଭାଲୁ ଜାନକୀଙ୍କ ଉପରକୁ କୁଦି ପଡ଼ିଥିଲେ। ହଠାତ୍‌ ୩ଟି ଭାଲୁଙ୍କୁ ଦେଖି ଜାନକୀ ଭୟଭୀତ ହୋଇପଡ଼ିଥିଲେ। ଜୀବନ ବଞ୍ଚାଇବାକୁ ସେ ଚିତ୍କାର କରିଥିଲେ। ସ୍ତ୍ରୀଙ୍କ ଚିତ୍କାର ଶୁଣି ସ୍ବାମୀ ପହଲି ସାହୁ ଜଙ୍ଗଲକୁ ଦୌଡ଼ି ଯାଇଥିଲେ। ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ ମଧ୍ୟ ପହଲି ଭୟଭୀତ ନ ହୋଇ ସ୍ତ୍ରୀଙ୍କୁ ବଞ୍ଚାଇବାକୁ କିଛି ସମୟ ଲଢ଼େଇ କରିଥିଲେ। ଉଭୟଙ୍କ ପାଟି ଶୁଣି ୩ଭାଲୁ ଜଙ୍ଗଲ ଭିତରକୁ ପଳାଇ ଯାଇଥିଲେ। ଆହତ ପହଲି ଗୁରୁତର ଅବସ୍ଥାରେ ସ୍ତ୍ରୀଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ସୂତ୍ରରୁ ସୂଚନା ମିଳିଛି। ତେବେ ଖବର ଲେଖାହେବା ବେଳକୁ ବନ ବିଭାଗର କୌଣସି ଅଧିକାରୀ ମେଡିକାଲରେ ପହଞ୍ଚି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri