ଓଡ଼ିଶା ବନ୍ଦର ଆଂଶିକ ପ୍ରଭାବ

ଭୁବନେଶ୍ୱର,୨୦।୭ (ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଛାତ୍ରୀ ରୁଚିକା ମହାନ୍ତି ରାଗିଂ ସହି ନ ପାରି ଗତ ଜୁଲାଇ ୨ରେ କାରୁବାକୀ ହଷ୍ଟେଲରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ୧୮ଦିନ ବିତିଥିଲେ ସୁଦ୍ଧା ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁି। ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ସହ ରୁଚିକାଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ ଓ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ମଙ୍ଗଳବାର ୧୨ ଘଣ୍ଟା ଓଡ଼ିଶା ବନ୍ଦ ପାଳନ କରାଯାଇଛି। ସକାଳ ୬ରୁ ସା ୬ ପର୍ଯ୍ୟନ୍ତ ବନ୍ଦକୁ ଶାନ୍ତିପୂର୍ଣ୍ଣ ଭାବରେ ପାଳନ କରାଯାଇଥିଲେ ମଧ୍ୟ ରାଜ୍ୟରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଥିଲା। କଟକ, ଖୋର୍ଦ୍ଧା, ଯାଜପୁର, ଜଗତ୍‌ସିଂହପୁର, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ସମେତ ରାଜ୍ୟର ବିଭିନ୍ନ ଜିଲାରେ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ରୁଚିକାଙ୍କ ଗାଁ କଟକ ଜିଲା ଆଠଗଡ଼ କଖଡ଼ି ଗ୍ରାମରେ ମଧ୍ୟ ସମ୍ପର୍କୀୟଙ୍କ ପକ୍ଷରୁ ବନ୍ଦ ପାଳନ କରାଯାଇଥିଲା। ବିଭିନ୍ନ ସ୍ଥାନରେ ରାସ୍ତାରୋକୋ ଯୋଗୁ ଗାଡ଼ି ଚଳାଚଳ ସାମୟିକ ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ଦୋକାନ ବଜାର ଖୋଲା ରହିଥିଲା। ବସ୍‌ ଓ ଟ୍ରେନ ଚଳାଚଳ କରିବା ସହ ସ୍କୁଲ, କଲେଜ ପାଠପଢ଼ା ସ୍ବାଭାବିକ ରହିଥିଲା। ଏହାକୁ ସମର୍ଥନ କରି କଂଗ୍ରେସ ରାସ୍ତାକୁ ଓହ୍ଲାଇଥିବାବେଳେ କେତେକ ସ୍ଥାନରେ କଲେଜ ଛାତ୍ରୀଛାତ୍ର ମଧ୍ୟ ସାମିଲ ହୋଇଥିଲେ। ବିଶେଷକରି ରାଜଧାନୀ ଭୁବନେଶ୍ୱରରେ ବନ୍ଦର କିଛିଟା ପ୍ରଭାବ ଦେଖିବାକୁ ମିଳିଥିଲା। ମହର୍ଷି କଲେଜ, ଏକାମ୍ର କଲେଜର ଛାତ୍ରୀଛାତ୍ର ରୁଚିକାଙ୍କୁ ନ୍ୟାୟ ଦାବି କରିବା ସହ ରାଗିଂମୁକ୍ତ କ୍ୟାମ୍ପସ୍‌ ପାଇଁ ଆନ୍ଦୋଳନ କରିଥିଲେ। ନବନିର୍ମାଣ ଯୁବ ଛାତ୍ର ସଂଗଠନର ରାଜ୍ୟ ସଂଯୋଜକ ଏମ୍‌.ଡି ମନୱର ଅଲ୍ଲୀଙ୍କ ନେତୃତ୍ୱରେ ପୂର୍ବାହ୍ନରେ ଏକ ବିଶାଳ ବାଇକ ରାଲି ବିଜେବି କଲେଜ ସମ୍ମୁଖରୁ ରାଲି ବାହାରି କଟକ ରୋଡ୍‌ ଦେଇ ରସୁଲଗଡ଼ ଅଭିମୁଖେ ବାହାରିଥିଲା। ବାଟରେ ସଂଗଠନର କର୍ମକର୍ତ୍ତା ପିକେଟିଂ କରି ଦୋକାନବଜାର ବନ୍ଦ କରିଥିଲେ। ଲକ୍ଷ୍ମୀସାଗର ଛକରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବାରୁ ପୋଲିସ ସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମବେଳେ ଆନ୍ଦୋଳନକାରୀଙ୍କ ସହ ଧସ୍ତାଧସ୍ତି ହୋଇଥିଲା। ପୋଲିସ ଅଧିକାରୀମାନେ ଏମ୍‌.ଡି. ମନୱର ଅଲ୍ଲୀଙ୍କ ସମେତ ୪୦ରୁ ଅଧିକ କର୍ମକର୍ତ୍ତାଙ୍କୁ ଭ୍ୟାନ୍‌ରେ ଉଠାଇ ନେଇଥିଲା। ଅପରାହ୍ନରେ ନବ ନିର୍ମାଣ କୃଷକ ସଂଗଠନର ନେତା ଅକ୍ଷୟ କୁମାର ୪ଜଣ ସାଥୀଙ୍କୁ ନେଇ ନବୀନ ନିବାସ ଅଭିମୁଖେ ଯାଉଥିବାବେଳେ ପୋଲିସ୍‌ ସେମାନଙ୍କୁ ଉଠାଇ ନେଇଥିଲା। ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ ଜଣାଇ ମାଷ୍ଟର କ୍ୟାଣ୍ଟିନ୍‌ ଛକରେ ବିଧାୟକ ସୁରେଶ ରାଉତରାୟ କଂଗ୍ରେସ କର୍ମୀଙ୍କ ସହ ରାସ୍ତାରେ ବସି ରୁଚିକାଙ୍କୁ ନ୍ୟାୟ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri