ସାପ ହେଲେ ବି ମା’: ଭୋକରେ ମରିଗଲା, ହେଲେ ଛୁଆଙ୍କୁ ଖାଇଲାନି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି। ଛୁଆଙ୍କୁ ଜଗି ଜଗି ନିଜେ ଭୋକରେ ଜୀବନ ହାରିଲା ପଛେ, ହେଲେ ଛୁଆଙ୍କୁ ଖାଇଲାନି । ଏଭଳି ଅନନ୍ୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାଙ୍କୀ ଦୋଳଣାପୁରରେ ।
ମିଳିଥିବା ସୂଚନା ଅନୁଯାୟୀ, ଦୋଳଣାପୁର ଗ୍ରାମର ଲକ୍ଷ୍ମୀଧର ପରିଡ଼ାଙ୍କ ପାଇଖାନା ଟାଙ୍କି ମରାମତି କରିବାକୁ ଯିବା ବେଳେ କିଛି ନାଗ ସାପ ଛୁଆ ଏବଂ କିଛି ଅଣ୍ଡା ଦେଖିବାକୁ ପାଇଥିଲେ । ପାଖରେ ଏକ ବଡ଼ ନାଗ ସାପ ମରି ପଡ଼ିଥିବା ଦେଖିଥିଲେ। ସେ ସ୍ନେକ ହେଲ୍ପ ଲାଇନ୍‌ ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକଙ୍କ ସହାୟତା ଲୋଡିଥିଲେ। ସ୍ନେକ ହେଲ୍ପ ଲାଇନର ଏକ ୨ଜଣିଆ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା ।
ଟାଙ୍କି ଭିତରକୁ ସେଠାରୁ ୧୪ଟି ନାଗସାପ ଛୁଆଙ୍କୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ବାଲଟିିରେ ରଖି ଉପରକୁ ଆସିଥିଲେ । ଟାଙ୍କି ଭିତରେ ବର୍ଷା ପାଣି ପଶି ସନ୍ତସନ୍ତିଆ ହେବା ସହିତ ଅପରିଷ୍କାର ପରିବେଶ ମଧ୍ୟ ସୃଷ୍ଟି ହୋଇଥିଲା । ଅନେକ ଅଣ୍ଡା ଖୋଳପା ପାଣି ଲାଗି ନଷ୍ଟ ହୋଇଯାଇଥିଲା । ତେବେ ୮ଟି ଅଣ୍ଡା ଭଲ ଅବସ୍ଥାରେ ଥିଲା । ସାପ ଛୁଆ ଗୁଡ଼ିକୁ ଗାଁ ଠାରୁ ଦୂରରେ ପାଣି ଥିବା ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯାଇଛି । ଶୁଭେନ୍ଦୁ ମଲ୍ଲିକ କହିଛନ୍ତି ଗୋଟିଏ ବଡ ନାଗ ସାପ ଛୋଟ ନାଗ ସାପକୁ ଖାଇବା କିଛି ନୂଆ ଘଟଣା ନୁହେଁ । କିନ୍ତୁ ଏଠି ମା’ ସାପଟି ନିଜେ ଭୋକରେ ମରିଗଲା ପଛେ, ନିଜର ଛୁଆଙ୍କୁ ଖାଇଲା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri