Odisha Elections 2024
Posted inଜାତୀୟ

ଓମ୍‌ ପ୍ରକାଶଙ୍କୁ ମିଳିଲା ଓ୍ବାଇ ସୁରକ୍ଷା

ଲକ୍ଷ୍ନୌ,୨୨।୭: ଉତ୍ତରପ୍ରଦେଶର ଜହୁରାବାଦର ବିଧାୟକ ତଥା ଏସ୍‌ବିଏସ୍‌ପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭରଙ୍କୁ ‘ଓ୍ବାଇ’ ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ୟୁପି ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ସୁରକ୍ଷା ତାଙ୍କୁ ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ତଥା ରାଷ୍ଟ୍ରପତି ଫଳାଫଳ ଦିନ ହିଁ ଓପି ରାଜଭରଙ୍କୁ ‘ଓ୍ବାଇ’ ବର୍ଗ ସୁରକ୍ଷା ପ୍ରଦାନ କରାଯାଇଥିଲା। ସରକାରଙ୍କ ଏହି ନିଷ୍ପତ୍ତି ପରେ ରାଜନୈତିକ ମହଲରେ ଅନେକ କଳ୍ପନାଜଳ୍ପନା ଲାଗି ରହିଛି। ଆସନ୍ତା ଲୋକ ସଭା ନିର୍ବାଚନରେ କିଛି ନୂଆ ରାଜନୈତିକ ସମୀକରଣ ଦେଖିବାକୁ ମିଳିପାରେ ବୋଲି ଚର୍ଚ୍ଚା ହେଉଛି। ସୂଚନା ମୁତାବକ, ଗତ ବିଧାନସଭା ନିର୍ବାଚନରେ ଓପି ରାଜଭର ସମାଜବାଦୀ ପାର୍ଟି(ଏସ୍‌ପି) ସହ ମିଳିତ ମେଣ୍ଟରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। ତେବେ କିଛି ଦିନ ହେବ ଓପି ରାଜଭରଙ୍କ ରଙ୍ଗଢ଼ଙ୍ଗ ବଦଳିଥିବା ଦେଖିବାକୁ ମିଳିଛି। ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ସେ ଅମିତ ଶାହାଙ୍କୁ ଭେଟିଥିଲେ। ଏଥିସହ ରାଷ୍ଟ୍ରପତି ନିର୍ବାଚନରେ ଅଖିଳେଶ ଯାଦବଙ୍କ ବିରୋଧରେ ବିଦ୍ରୋହ କରି ରାଜଭର ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିଥିଲେ। ଏତଦ୍‌ବ୍ୟତୀତ ସେ ଲକ୍ଷ୍ନୌରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁଙ୍କ ପାଇଁ ଆୟୋଜିତ  ଏକ ରାତ୍ର ଭୋଜନରେ ମଧ୍ୟ ସାମିଲ ହୋଇଥିଲେ। ରାଜଭର କହିଛନ୍ତି, ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ପାଇଁ ଆୟୋଜିତ ରାତ୍ର ଭୋଜନରେ ଅଖିଳେଶ ତାଙ୍କୁ ନିମନ୍ତ୍ରଣ କରି ନ ଥିଲେ। ତେଣୁ ସେ ଏନ୍‌ଡିଏକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ରାଜଭର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଜାଣି ତାଜୁବ ହେବେ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଇଣ୍ଡିଆ ମହାମେଣ୍ଟ ଉପରେ ଜୋରଦାର ବର୍ଷିଛନ୍ତି । ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେମାନେ ଭୋଟବ୍ୟାଙ୍କକୁ ଖୁସି କରିବା...

ଗେମିଂ ଜୋନ୍‌ରେ ନିଆଁ: ୨୭ ମୃତ

ରାଜକୋଟ,୨୬ା୫: ଗୁଜରାଟର ରାଜକୋଟସ୍ଥିତ ଗେମିଂ ଜୋନ୍‌ରେ ଶନିବାର ଅପରାହ୍ନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩ ଜଣ ଆହତ...

ୟୁପି, ଦିଲ୍ଲୀରେ କମ୍‌ ଭୋଟିଂ ଭାଜପାକୁ କ୍ଷତି

ନୂଆଦିଲ୍ଲୀ,୨୬ା୫ଲୋକ ସଭା ନିର୍ବାଚନ ଶେଷହେବାକୁ ଆଉ ମାତ୍ର ଗୋଟିଏ ପର୍ଯ୍ୟାୟ ବାକି ଥିବାବେଳେ ସବୁଠୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶ ଏବଂ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ମତଦାନ...

ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ...

ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା

ଓ୍ବାଶିଂଟନ,୨୫ା୫:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍‌ଏସ୍‌)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ।...

ରାଜସ୍ଥାନର ଫଲୋଡ଼ିରେ ତାପମାତ୍ରା ୫୦ ଟପିଲା

ଜୟପୁର,୨୫ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଫଲୋଡ଼ିରେ ଶନିବାର ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରି ରାଜ୍ୟର ସବୁଠୁ ଉତ୍ତପ୍ତ ସ୍ଥାନର ରେକର୍ଡ ହାସଲ କରିଛି। ଶୁକ୍ରବାର...

କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ...

ଆସୁଛି ବାତ୍ୟା ’ରେମାଲ’: ଆସନ୍ତାକାଲି ମଧ୍ୟାହ୍ନରୁ କୋଲକାତା ବିମାନବନ୍ଦର ୨୧ ଘଣ୍ଟା ପାଇଁ ବନ୍ଦ

କୋଲକାତା,୨୫ା୫: ବାତ୍ୟା ’ରେମାଲ ପ୍ରଭାବ ପାଇଁ ପଶ୍ଚିମବଙ୍ଗ ରବିବାର ଦିନ ୧୨ ଟା ଠାରୁ ସୋମବାର ସକାଳ ୯ ଟା ପର୍ଯ୍ୟନ୍ତ ୨୧ ଘଣ୍ଟା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri