ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ସୁନ୍ଦରଗଡ଼/କୁତ୍ରା,୨୨ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଗଏରବହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ୪ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରିପଡିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଗତ ରବିବାର ଅଟୋ ଚାଳକ ଅରବିନ୍ଦ ଖାଲଖୋ ନିଜ ଓଟୋରେ ଛୁରିଚଖାରୁ ଯାତ୍ରୀ ନେଇ ବଡମାଲ ଆସୁଥିବା ବେଳେ ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲେ । ସେଥିରେ ୩ ଜଣ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ଗୋଏରବାହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣାଯାଇଥିଲା। ତେବେ ସେଠାରେ ଦାୟିତ୍ୱରେ ଥିବା ଡାକ୍ତର ସାରଦା ପ୍ରସନ୍ନ ବେହେରା ୩ ଜଣଙ୍କ ଚିକିତ୍ସା ଓ ପୋଲିସକୁ ଖବର ନ ଦେବା ପାଇଁ ଗାଡ଼ିଚାଳକଙ୍କୁ ଟଙ୍କା ମାଗୁଥିଲେ ଏବଂ ତାଙ୍କ ଠାରୁ ପ୍ରଥମେ ୮ ହଜାର ଟଙ୍କା ନେଇଥିବା ବେଳେ ଆହୁରି ଟଙ୍କା ମାଗିବାରୁ ଅରବିନ୍ଦ ଗୁରୁବାର ସୁନ୍ଦରଗଡ଼ ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ। ଆଜି ପୁଣି ଆଉ ୪ ହଜାର ଟଙ୍କା ନେଉଥିବା ବେଳେ ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀ ଓ ତାଙ୍କ ଟିମ୍‌ ଆସି ଡାକ୍ତରଙ୍କ ସରକାରୀ କ୍ବାର୍ଟରରେ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri