ପୁଣି ମହକିବ କଳାହାଣ୍ଡି କଫି

ଭବାନୀପାଟଣା,୨୨।୭(ସ୍ବ.ପ୍ର.): ପୁଣି ନିଜ ପୂର୍ବ ଗୌରବ ଫେରି ପାଇବ କଳାହାଣ୍ଡି। ଜିଲାରେ ମହକିବ କଫି ଚାଷ। ୧୯୮୦ରେ ଜିଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର କଫି ଚାଷକୁ ନେଇ ରାଜ୍ୟ ତଥା ଦେଶରେ ଚର୍ଚ୍ଚାରେ ରହିିଥିଲା। କିନ୍ତୁ ତତ୍କାଳୀନ ସରକାରୀ କଳର ଅବହେଳା ଯୋଗୁ ଅଞ୍ଚଳରେ ଲୋପ ପାଇବାକୁ ବସିଥିଲା କଫି ଚାଷ। ଯାହାର ଜଳନ୍ତ ଉଦାହରଣ ଥୁଆମୂଳ ରାମପୁର ରାସ୍ତା କଡରେ ଥିବା କଫି ଗଛ । ବର୍ତ୍ତମାନ ମଧ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ୨୦ରୁ ଊର୍ଦ୍ଧ୍ୱ କଫି ଗଛ ଅଞ୍ଚଳର କଫି ଇତାହାସର ମୁକସାକ୍ଷୀ ରହିଛି।

ଦୀର୍ଘ ବର୍ଷ ପରେ ପୁଣି କଫି ଚାଷ ଆରମ୍ଭ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ଏ ନେଇ ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଆବଶ୍ୟକ ପଦକ୍ଷେପ ନେବାକୁ ଜଳ ଛାୟା ମିଶନକୁ ନିର୍ଦ୍ଦେଶ ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଥୁଆମୂଳ ରାମପୁର ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ୧୯୩ ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ କଫି ଚାଷ କରାଯିବ ବୋଲି ସୂଚନା ଦିଆଯିବା ପରେ କଫି ଚାଷୀଙ୍କ ମଧ୍ୟରେ ପୁଣି ନୂଆ ଆଶା ସଞ୍ଚାର ହୋଇଛି। ଏହାକୁ ନେଇ  କଫି ମିଶନ ପକ୍ଷରୁ ସ୍ବତନ୍ତ୍ର ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ ନିମନ୍ତେ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର କୋରାପୁଟ କଫି ଦେଶ ତଥା ବିଦେଶରେ ବେଶ ସୁନାମ ଅର୍ଜନ କରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ବିପଣନ ବ୍ୟବସ୍ଥା ଯୋଗୁ ଏହା ବେଶ ଆଦର ଲାଭ କରିଛି। କୋରାପୁଟ ପରେ କଳାହାଣ୍ଡି ଜିଲାରେ ପୁଣି କଫି ଚାଷ ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri