ଝାଡ଼ାବାନ୍ତି ପ୍ରଭାବିତ ଗ୍ରାମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦଶମନ୍ତପୁର, ୨୩ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ଝାଡ଼ାବାନ୍ତି ବ୍ୟାପୀ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇଦେଇଛି। ଏହି ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ୧୪ ଜଣ ଚିକିତ୍ସାଧୀନ ଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଗୁରୁବାର ଏହି ସଂଖ୍ୟା ୩୦ ଥିଲା। ତେବେ ବ୍ଲକ ପ୍ରଶାସନ, ଜଳ ଓ ପରିମଳ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନେ ଆକ୍ରାନ୍ତ ଗ୍ରାମକୁ ବାରମ୍ବାର ଗସ୍ତକରି ଚିକିତ୍ସା ସହ ଅନ୍ୟାନ୍ୟ ବ୍ୟବସ୍ଥା କରୁଥିବା ବେଳେ ଶୁକ୍ରବାର ସ୍ଥିତି ଅନୁଧ୍ୟାନ ଲାଗି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଗସ୍ତ କରିଛନ୍ତି। ତାଙ୍କ ସହ ଯୁଗ୍ମ ନିର୍ଦ୍ଦେଶକ ଡାକ୍ତର ଅଶୋକ ପାଇକରାୟ ଥିଲେ। ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଡୁମ୍ବାଗୁଡା ପଞ୍ଚାୟତର ହାତୀମୁଣ୍ଡା ଗ୍ରାମ ଏବଂ ଗିର୍ଲିଗୁମ୍ମା ପଞ୍ଚାୟତର ଛତାଆମ୍ବ ଗ୍ରାମରେ ଶୁକ୍ରବାର ପହଞ୍ଚତ୍ ଅନୁଧ୍ୟାନକରି ଉପସ୍ଥିତ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଜିଲା ଚିକିତ୍ସା ଅଧିକାରୀ ଡା. ଅରୁଣ ପାଢ଼ୀ, ଦଶମନ୍ତପୁର ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରୀରାମ ପରିଡ଼ା, ବିପିଏମ୍‌ ଶ୍ରୀକାନ୍ତ ଦାସ, ଡା. ସୁନିତା ଜେନା, ବିଡିଓ ଡମ୍ବରୁଧର ମଲ୍ଲିକ, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର କନିଷ୍ଠ ଯନ୍ତ୍ରୀ ଡି.କେ.ନାୟକ ଉପସ୍ଥିତ ଥିଲେ। ପ୍ରତ୍ୟେକ ଘରକୁ ଯାଇ ଲୋକଙ୍କୁ ସଚେତନ କରିବା ନେଇ ଡାକ୍ତର ମିଶ୍ର ଗୁରୁତ୍ୱାରୋପ କରିଥିଲେ। ଡୁମ୍ବାଗୁଡ଼ାରେ ଶୁକ୍ରବାର ୨ ଜଣ ଏବଂ ଚିକାମ୍ବ ପଞ୍ଚାୟତର ମାଙ୍କଡାମୁଣ୍ଡି ଗ୍ରାମର ଲୁକିଆ ଜାନି,ହେତୁ ଜାନ,ଫଟକିଜମର ଗ୍ରାମର ଉଷା ବାଗ,ଛତାମ୍ବ ଗ୍ରାମରସମାଇ ମୁଦୁଲି ଓ ରଇବାରି ଜାନି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଡା. ଶ୍ରୀରାମ ପରିଡ଼ା ସୂଚନା ଦେଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ବର୍ତ୍ତମାନ୧୪ ଜଣ ରୋଗୀ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡା. ପରିଡ଼ା କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri