Posted inଖେଳ

ସିନ୍ଧୁ କ୍ୱାର୍ଟରଫାଇନାଲରେ

ଜାକର୍ତ୍ତା, ୧୮ା୭ (ପି.ଟି.)- ଭାରତର ଟପ୍‌ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆନ ଓପନ୍‌ ମହିଳା ସିଙ୍ଗଲ୍ସ ପ୍ରତିଯୋଗିତାର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ସେ ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଅଣ ସିଡ୍‌ ତଥା ଡେନମାର୍କର ମିଆ ବ୍ଲିଚଫିଲ୍‌ଡେଟ୍‌ଙ୍କୁ ୨୧-୧୪, ୧୭-୨୧, ୨୧-୧୧ରେ ହରାଇ ଦେଇଛନ୍ତି। ବିଶ୍ୱର ଏହି ୧୩ ନମ୍ବର ଖେଳାଳିଙ୍କ ବିପକ୍ଷରେ ସିନ୍ଧୁଙ୍କ ତୃତୀୟ ବିଜୟ। ଭାରତୀୟ ଷ୍ଟାର ଖେଳାଳି ଏହା ପୂର୍ବରୁ ଇଣ୍ଡିଆନ ଓପନ୍‌ ଏବଂ ସିଙ୍ଗାପୁର ଓପନରେ ବ୍ଲିଚଫିଲ୍‌ଡେଟ୍‌ ସିଧାସଳଖ ଗେମ୍‌ରେ ପରାସ୍ତ କରିଥିଲେ। ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ସିନ୍ଧୁ ମାଲେସିଆର ସୋନିଆ ଚେ କିମ୍ବା ଜାପାନର ତଥା ତୃତୀୟ ସିଡ୍‌ ନୋଜୋମି ଓକୁହାରାଙ୍କ ସହିତ ମୁକାବିଲା କରିବେ। ଅନ୍ୟପକ୍ଷରେ ଭାରତୀୟ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାକ୍‌ ଶେଟ୍ଟି ଦ୍ୱିତୀୟ ରାଉଣ୍ଡରେ ସ୍ଥାନୀୟ ଯୋଡ଼ି ମାର୍କସ ଫର୍ନାଲ୍‌ଡି ଗିଡେଅନ୍‌ ଏବଂ କେଭିନ୍‌ ସଞ୍ଜୟ ସୁକାମୁଲ୍‌ଜୋଙ୍କଠାରୁ ୧୫-୨୧, ୧୪-୨୧ ଗେମ୍‌ରେ ପରାସ୍ତ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri