ପଟ୍ଟାଙ୍ଗି,୧୮ା୭(ଡି.ଏନ୍.ଏ.): ଖରା ଛୁଟି ପରେ ଜୁନ୍ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କୁଲ ବନ୍ଦ କରିଦେଉଥିଲେ ଶିକ୍ଷୟିତ୍ରୀ ଶିକ୍ଷକ। ସେମାନେ ଘରକୁ ସଅଳ ଫେରିବା ପାଇଁ ରାଜପଥ କଡ଼ରେ ଗାଡ଼ିକୁ ଅପେକ୍ଷା କରି ରହୁଥିବାର ଦୃଶ୍ୟ ପଟ୍ଟାଙ୍ଗି ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ଏବିଇଓ ରଜନୀକାନ୍ତ ବଡ଼ନାୟକଙ୍କ ଦୃଷ୍ଟିକୁ ଆସିଥିଲା। ଏହାପରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କୈଫିୟତ ତଲବ କରିବା ସହ ସ୍କୁଲ ପରିଦର୍ଶନ କରି ବିନା ଦରଖାସ୍ତରେ ଅନୁପସ୍ଥିତ ରହିଥିବା ଶିକ୍ଷକଙ୍କ ବିରୋଧରେ କଡ଼ା ପଦକ୍ଷେପ ନେଇଛନ୍ତି। ଉପରୋକ୍ତ ତାରିଖ ପରଠାରୁ ବର୍ତ୍ତମାନ ସୁଦ୍ଧା ୧୪ଟି ପଞ୍ଚାୟତ ସ୍ତରରେ ରହିଥିବା ସ୍କୁଲର ୬୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସେ କୈଫିୟତ ମାଗିସାରିଛନ୍ତି। ବ୍ଲକର କୋଟିଆ, ନୂଆଗାଁ, ଦେଓପଟ୍ଟାଙ୍ଗି, ସମ୍ବାଇ, ପୁକାଲି, ଚନ୍ଦକା ଓ ରାଲେଗଡ଼ା ପଞ୍ଚାୟତର ଅଧିକାଂଶ ସ୍କୁଲରେ ଶିକ୍ଷୟିତ୍ରୀ ଶିକ୍ଷକମାନେ ନିୟମିତ ଆସୁ ନଥିବା ବେଳେ ସମୟ ପୂର୍ବରୁ ସ୍କୁଲ ଛୁଟି କରିଦେଇ ଫେରିଯାଉଥିବା ନିଜ ଗସ୍ତ ସମୟରେ ଏବିଇଓ ଦେଖିବାକୁ ପାଇଥିଲେ। ଅନ୍ୟପକ୍ଷରେ ସିଆରସିସି ଓ ଏବିଇଓଙ୍କ ଉପରେ ଚାପ ପକାଇ ସ୍କୁଲ ଯାଉ ନଥିବା କେତେକ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେବା ପାଇଁ ସେମାନଙ୍କ ପ୍ରଭାବଶାଳୀ ପରିବାର ଧମକ ଦେଉଛନ୍ତି। ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଜରିଆରେ ଚାପ ମଧ୍ୟ ପକାଉଥିବା ଜଣେ ସିଆରସିସି ନାମ ଗୋପନ ରଖି ପ୍ରକାଶ କରିଛନ୍ତି।
ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…
ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...
ଓମ୍ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...
ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…
ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...
୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ସେବା, ମାଗଣାରେ ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…
ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...
Archives


