ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରାମତି ଆରମ୍ଭ

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର-ଦେକୁରି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତା ମରଣଯନ୍ତା ପାଲଟିଛି। ଏନେଇ ଗତ ଶୁକ୍ରବାର ‘ଧରିତ୍ରୀ’ରେ ତଥ୍ୟ ଭିତ୍ତିକ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀମାନେ ଘଟଣା ସ୍ଥଳ ପରିଦର୍ଶନ କରି ଶନିବାର ଏହାର ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। କ୍ରଶର ଗୁଣ୍ଡ ସହ ମେଟାଲ ଗୋଳାଇ ଖାଲଖମା ପୂର୍ଣ୍ଣ କରାଯାଉଛି।
ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୪ କୋଟି ୧୦ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ରାସ୍ତା କାର୍ଯ୍ୟ ୨୦୧୮ରେ ଆରମ୍ଭ ହୋଇଥିଲା। ୨ ବର୍ଷ ପରେ ଅର୍ଥାତ୍‌ ୨୦୨୦ରେ କାର୍ଯ୍ୟ ଶେଷ ହୋଇଥିଲା। ମାତ୍ର କାର୍ଯ୍ୟ ଶେଷର ୪ମାସ ପରେ ରାସ୍ତାରୁ ପିଚୁ ଉଠି ଯାଇଥିଲା। ଏନେଇ ବାରମ୍ବାର ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିବା ପରେ ବିଭାଗୀୟ ଅଧିକାରୀ ତଦନ୍ତ ଠିକ ଭାବେ ନକରି ଠିକାଦାରଙ୍କୁ ସହଯୋଗ କରିଥିଲେ। ଏହାଦ୍ୱାରା ରାସ୍ତାରେ ଖାଲ ସୃଷ୍ଟି ହୋଇ ଯାତାୟାତ ପ୍ରଭାବିତ ହୋଇଥିଲା। ଏପରି କି କେଉଁଠି ୧ ଫୁଟରୁ ଆରମ୍ଭ କରି ୨ଫୁଟ ର ଖାଲ ସୃଷ୍ଟି ହୋଇଗଲା। ଏସବୁ ପ୍ରସଙ୍ଗ ନେଇ ବିଭାଗୀୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଥିଲା। ତେବେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ବିଭାଗୀୟ ଅଧିକାରୀଙ୍କୁ ଡାକି ଏହାର ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ନିର୍ଦ୍ଦେଶକ୍ରମେ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri