Posted inRasifala

ରାଶିଫଳ: ସୋମବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ଦୂରଦର୍ଶିତାବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ । ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି । ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି । ବ୍ୟବସାୟିକ, ପାରିବାରିକ ଓ ଆନୁଷ୍ଠାନିକ ସ୍ଥିତି ଠିକ୍‌ ରହିବ ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର ନିଜ ସମ୍ପର୍କୀୟ ବନ୍ଧୁଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ । ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ସ୍ବାସ୍ଥ୍ୟରେ ସମସ୍ୟା ସୃଷ୍ଟି ହେବ ଓ ପାରିବାରିକ ସମସ୍ୟା ଆଜିର ଯାତ୍ରାକୁ ସ୍ଥଗିତ କରିବ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ରହିବ ା ପଡ଼ୋଶୀମାନେ ଆପଣଙ୍କ କାର୍ଯ୍ୟାବଳୀର ଭୁରିଭୁରି ପ୍ରଶଂସା କରିପାରନ୍ତି ା ପ୍ରକାଶନ, ପ୍ରଶାସନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ା ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଏବଂ ନିକଟସ୍ଥ ବନ୍ଧୁମାନେ ଏହି ଦିଗରେ ସାହାଯ୍ୟ କରିବେ।
କର୍କଟ
କର୍କଟ
ମାନସିକ ଅସ୍ଥିରତା କାରଣରୁ ବିଭିନ୍ନ ପ୍ରକାର ଯୋଜନା କରି ମଧ୍ୟ ଉପକୃତ ହେବ ନାହିଁ ା ପୁଷ୍ୟା ନକ୍ଷତ୍ର ଘରର ବରାଦ ଅନୁଯାୟୀ ମନୋରଞ୍ଜନ ଜିନିଷ କ୍ରୟ କରିବେ ା ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ା ବହୁ ଦିନ ଧରି ଲାଗି ରହିଥିବା ରୋଗପୀଡ଼ାରେ କଷ୍ଟ ଅନୁଭବ କରିପାରନ୍ତି ା
ସି˚ହ
ସି˚ହ
ଯେତେ ଭଲ କାମ କଲେ ମଧ୍ୟ ପରୋକ୍ଷ ଶତ୍ରୁତା ଯୋଗୁ କାର୍ଯ୍ୟହାନି କାରଣରୁ ବିଚଳିତବୋଧ କରିବେ। ପୂର୍ବାଫାଲଗୁନୀ ନକ୍ଷତ୍ର ଗବେଷଣା, ରାଜନୀତିରେ ଚେଷ୍ଟା ସଫଳ ହେବେ ା ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ା
କନ୍ୟା
ଅପୂରଣୀୟ ଆଶା ମନକୁ ଆଲୋଡ଼ନ କରିବା କାରଣରୁ ଅଶାନ୍ତ ରହିବେ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଯାନବାହନ, ବିବାଦୀୟ ସ୍ଥାନ,ଏକାକୀ ଯାତ୍ରାରୁ ଦୂରେଇ ରହିବା ଭଲ ା କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ା
ତୁଳା
ତୁଳା
ନିଜର ଦକ୍ଷତା ଓ ପ୍ରତ୍ୟୁପତ୍ନ୍ନମତିତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଆଜି ସଫଳତା ଅବଶ୍ୟମ୍ଭାବୀ ା ସ୍ବାତି ନକ୍ଷତ୍ର ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ ା ଉପରିସ୍ଥଙ୍କ ନିର୍ଦ୍ଦେଶାନୁସାରେ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ ା କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଅଭାବରୁ ମନ ଭଲ ଲାଗି ନ ପାରେ।
ବିଛା
ବିଛା
ବିଶାଖା ନକ୍ଷତ୍ର ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର କୌଣସି ଘଟଣା ସକାଶେ ଟେନସନ୍‌ ବଢ଼ିପାରେ। କାମର ଚାପ ହେତୁକ କ୍ଳାନ୍ତି ଅନୁଭବ କରିବେ ା ମାଲିମକଦ୍ଦମା, ଜମିଜମା, ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ ଜିନିଷ କ୍ରୟରେ ସୁଫଳ ହେବେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟି କାଯର୍‌ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ା ମୂଳା ନକ୍ଷତ୍ର ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି ା ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ ା
ମକର
ମକର
ସକାଳୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କୌଣସି ଅଭାବ ନ ଥାଇ ମଧ୍ୟ ଆମତ୍ୀୟଙ୍କ ହୀନମନ୍ୟତା କାରଣରୁ ମନଟା ଭଲ ଲାଗିବ ନାହିଁ। ସଭାସମିତି, ନିର୍ମାଣ, ପରିବହନ, ପ୍ରକାଶନ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ା ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ ା
କୁମ୍ଭ
କୁମ୍ଭ
ପ୍ରତ୍ୟେକ ସ୍ତରରେ ସମସ୍ୟା ଲାଗି ରହିବା ସାଙ୍ଗକୁ ଅଫିସରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ସହଜରେ କାମ ହାସଲ କଷ୍ଟକର ହେବ । ପୂର୍ବଭାଦ୍ରବ ନକ୍ଷତ୍ରର କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଧର୍ମଚର୍ଚ୍ଚା ପ୍ରତି ଆଗ୍ରହ ପ୍ରକାଶ କରିବେ ।
ମୀନମୀନ
ଆଜି ଦିନ ଭିତରେ ଯାହା କରନ୍ତୁନା କାହିଁକି,ଭାବିଚିନ୍ତି କରିବା ଭଲ ହେବ । ପାରିବାରିକ ସମସ୍ୟା ସମାଧାନର ଚିନ୍ତାକରି ଦୁର୍ଭାବନା ବଢ଼ିଚାଲିବ ଏବଂ ଅନ୍ୟମାନଙ୍କୁ ମଧ୍ୟ ସହଜରେ ବିଶ୍ୱାସ କରିପାରିବେନାହିଁ । ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଶତ୍ରୁତା ଓ ସ୍ବାସ୍ଥ୍ୟହାନି କର୍ମକ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri